ଭୁବନେଶ୍ୱର, ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ବାଣିଜ୍ୟ ଓ ପରିବହନ ବିଭାଗ ସମ୍ମିଳନୀ କକ୍ଷଠାରେ ରାଜ୍ୟରେ ଜନସାଧାରଣଙ୍କ ଚାହିଦା ଅନୁଯାୟୀ ଅଧ୍ୟକ ସଂଖ୍ୟକ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ବସ୍ ଚଳାଚଳ ଏବଂ ଆନ୍ତରାଜ୍ୟ ବସ୍ ଚଳାଚଳ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ବୈଠକରେ ଅଧ୍ୟକ୍ଷତା କରି ଆନ୍ତରାଜ୍ୟ ବସ ଚଳାଚଳ ପାଇଁ ଯେଉଁସବୁ ପ୍ରସ୍ତାବ ରହିଛି ସେସବୁକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଅଧୁକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ଏଣୁ ସହିତ ରାଜ୍ୟରେ ଲୋକଙ୍କ ଚାହିଦା ଅନୁଯାୟୀ ଗମନାଗମନ ନିମନ୍ତେ ପରିବହନ ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ସେ ଗୁରୁତ୍ବ ଦେଇଛନ୍ତି ।
ବିଶେଷ କରି ଦକ୍ଷିଣାଞ୍ଚଳ ଓ ପଶ୍ଚିମାଞ୍ଚଳରେ ରାଜ୍ୟ ସଡ଼କ ପରିବହନ ପକ୍ଷରୁ ଅଧୁକ ସଂଖ୍ୟକ ବସ ଚଳାଚଳ କରିବା ଉପରେ ସେ ପ୍ରାଧାନ୍ୟ ଦେଇଛନ୍ତି । ଏହି କ୍ରମରେ ବିଭିନ୍ନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବା ନିମନ୍ତେ ସେ ଅଧୁକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏତଦ୍ ବ୍ୟତୀତ ରାଜ୍ୟର ଉତ୍ତରାଞ୍ଚଳ ଯଥା: ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ସମେତ ପୁରୀ ଜିଲ୍ଲାକୁ ମଧ୍ୟ ଦିନବେଳା ସରକାରୀ ବସ ଚଳାଚଳ ନେଇ ବୈଠକରେ ଆଲୋଚନା ହୋଇଥିଲା । ଏହା ଦ୍ବାରା ରାଜ୍ୟର ଜନସାଧାରଣ ଗମନାଗମନ କ୍ଷେତ୍ରରେ ଅଧୁକ ସୁବିଧା ପାଇପାରିବେ ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ ପ୍ରକାଶ କରିଛନ୍ତି । ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ପରିବହନ ଆୟୁକ୍ତ ଶ୍ରୀ ଅରୁଣ ବୋଥ୍ୟ, ଓଏସ୍ଆର୍ଟିସିର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଦୀପ୍ରେଶ ପଟ୍ଟନାୟକ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ଅନ୍ୟ ବରିଷ୍ଠ ଅଧୁକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
Post a Comment