loading...

ପୁରୀ ଜିଲ୍ଲା ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ ଶ୍ରୀ ଦାଶ

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ ଅବସରରେ ପୁରୀ ଜିଲ୍ଲା ସତ୍ୟବାଦୀଠାରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ

ପୁରୀ ଜିଲ୍ଲା ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ ଶ୍ରୀ ଦାଶ


ଭୂବନେଶ୍ବର, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ ଅବସରରେ ପୁରୀ ଜିଲ୍ଲା ସତ୍ୟବାଦୀଠାରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଆଦର୍ଶ ବିଦ୍ୟାଳୟ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଛନ୍ତି । ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷ ଓ ଶିକ୍ଷକବୃନ୍ଦ ଉପସ୍ଥିତ ଥିଲେ । ଜିଲ୍ଲାସ୍ତରୀୟ କୃତୀ ପ୍ରତିଯୋଗୀମାନେ ଚଳିତ ମାସ ୧୮ ଓ ୧୯ ତାରିଖ ଦୁଇଦିନ ଧରି ଆୟୋଜିତ ହେବାକୁ ଥିବା ଜୋନାଲସ୍ତରୀୟ ପ୍ରତିଯୋଗିତାରେ ଭାଗନେବେ । 

ଜୋନାଲ ସ୍ତରୀୟ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଯୋଗ୍ୟ ବିବେଚିତ ହେବେ । ମନ୍ତ୍ରୀ ଶ୍ରୀ ଦାଶ କହିଥିଲେ ଯେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ହେଉଛି ମୁଖ୍ୟମନ୍ତ୍ରୀଙ୍କ ମାନସ ସନ୍ତାନ । ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଶିକ୍ଷକମାନଙ୍କୁ ବିଭିନ୍ନ ବିଷୟଭିତ୍ତିକ ପ୍ରଶିକ୍ଷଣ ଏବଂ ଛାତ୍ରଛାତ୍ରୀମାନଙ୍କର ଶୈକ୍ଷିକ ବିକାଶ ଦିଗରେ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେଉଛନ୍ତି । ୨୦୧୬ ସେପ୍ଟେମ୍ବର ୧୯ରେ ପ୍ରତିଷ୍ଠିତ ଆଦର୍ଶ ବିଦ୍ୟାଳୟ ସଂଗଠନ ଅଧୀନରେ ରାଜ୍ୟର ସମସ୍ତ ବ୍ଲକ୍‌ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ରହିଛି । ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଏକ ସ୍ଵତନ୍ତ୍ର ଆଇକନିକ୍ ବିଦ୍ୟାଳୟ ଚଳିତ ବର୍ଷଠାରୁ କାର୍ଯ୍ୟକ୍ଷମ ହେଉଛି ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget