ଭୁବନେଶ୍ୱର,ଓଡ଼ିଶାର ପ୍ରଥମ ବାରିଷ୍ଟର, କେନ୍ଦ୍ରୀୟ ବ୍ୟବସ୍ଥାପକ ସଂସ୍ଥାର ସଭ୍ୟ, ଲୌହମାନବ ସର୍ଦାର ବଲ୍ଲଭଭାଇ ପଟେଲ୍ଙ୍କ ସହପାଠୀ, ଓଡ଼ିଆ ଭାଷା ଆନ୍ଦୋଳନର ଅଗ୍ରଣୀ ସାରଥ ଉତ୍କଳରତ୍ନ ବାରିଷ୍ଟର ବିଶ୍ବନାଥ ମିଶ୍ରଙ୍କ ୮୯ତମ ଶ୍ରାଦ୍ଧ ଉତ୍ସବ ଆଜି ପ୍ରତ୍ୟୁଷରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଅନୁଶାସନ ସଚିବ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ଭୁବନେଶ୍ବର ରାଜଭଜନ ନିକଟସ୍ଥ ତାଙ୍କ ପ୍ରତିମୂର୍ତ୍ତି ସ୍ଥଳୀରେ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଅଛି ।
ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରଫୁଲ୍ଲ ସାମଲ, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀ, ବିଜୁ ଜନତା ଦଳ ସାଂସ୍କୃତିକ ସମନ୍ବୟ ସାମୁଖ୍ୟ ରାଜ୍ୟ ସଂଯୋଜକ ପ୍ରବୀର ମହାନ୍ତି, ସ୍ଵର୍ଗତ ମିଶ୍ରଙ୍କ ପରିବାର ସଦସ୍ୟ, ଉଇ ଫର ଭୁବନେଶ୍ଵର ସଭ୍ୟବୃନ୍ଦ, ଅଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ନାରାୟଣ ଓଝା, ତନ୍ମୟ ସାମନ୍ତରାୟ, ଅରବିନ୍ଦ ତ୍ରିପାଠୀ, ସତ୍ୟବ୍ରତ ଜେନା, ନରେନ୍ ସାହୁ ପ୍ରମୁଖ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଦୀପଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ବକ୍ତାମାନେ ବାରିଷ୍ଟର ମିଶ୍ରଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ । ଆଲୋକପାତ କରିଥିଲେ । ପରିଶେଷରେ ଧାମନଗର ବିଧାୟକ ବିଷ୍ଣୁଚରଣ ସେଠୀଙ୍କ ବିୟୋଗରେ ନିରବ । ପ୍ରାର୍ଥନା କରାଯାଇ ସ୍ଵର୍ଗତ ଅମର ଆତ୍ମାର ସଦ୍ଗତି କାମନା କରାଯାଇଥିଲା ।
Post a Comment