ଭୁବନେଶ୍ୱର,ସମ୍ପ୍ରତି ଅଖୁଳ ଭାରତ କଂଗ୍ରେସ କମିଟି ପକ୍ଷରୁ ଶ୍ରୀ ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ ଭାରତ ଯୋଡ଼ା ଯାତ୍ରା ଚାଲିଛି । ଘୃଣା ଓ ବିଦ୍ବେଷର ରାଜନୀତିକୁ ପରାହତ କରି ସଦଭାବନା ଓ ସଂପ୍ରତିର ରାଜନୀତିକୁ ପ୍ରତିଷ୍ଠିତ କରିବା ସହିତ ଦେଶରେ ଦେଖା ଦେଇଥିବା ଆକଶ ଛୁଆଁ ଦରଦାମ ଓ ବେକାରୀ ବୃଦ୍ଧିକୁ ମୁନ୍ଦା କରି ଏହି ଯାତ୍ରା ଚାଲିଛି । ପ୍ରତିଦିନ ହଜାର ହଜାର ଲୋକ ଏଥିରେ ସାମିଲ ହେଉଛନ୍ତି । ଏହି ଯାତ୍ରାର ସଫଳତା ଦେଖୁ ବିଜେପି ଅତ୍ୟନ୍ତ ଅସହିଷ୍ଣୁ ହୋଇ ଉଠିଛି । ପ୍ରତିଦିନ ମିଥ୍ୟ ଓ ଅବାନ୍ତର କଥା କହି ରାହୁଲ ଗାନ୍ଧୀଙ୍କୁ ଆକ୍ଷେପ କରୁଛି । ମାତ୍ର ଦେଶବାସୀ ତାକୁ ପ୍ରତ୍ୟାଖାନ କରୁଛନ୍ତି ଓ ଅଧୁକ ରୁ ଅଧୁକ ସଂଖ୍ୟାରେ ଏହି ଯାତ୍ରାକୁ ସମର୍ଥନ ଜଣାଇଛନ୍ତି ।
ଏହି ଅବସରରେ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଦଳର ସମସ୍ତ ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ନେତୃବୃନ୍ଦଙ୍କ ବୈଠକରେ ରାହୁଲ ଗାନ୍ଧୀଙ୍କ ଏହି ପଦଯାତ୍ରାକୁ ସମର୍ଥନ ଜଣାଇବା ସହିତ ଓଡ଼ିଶାରେ ଏହି ଯାତ୍ରା ଆୟୋଜନ କରିବାପାଇଁ ଆଲୋଚନା ହୋଇଛି । ଭାରତ ଯୋଡ଼ାର ପ୍ରସଙ୍ଗ ସହିତ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ଏହି ଯାତ୍ରା ଅନୁଷ୍ଠିତ ହେବ । ଆସନ୍ତା ସେପ୍ଟେମ୍ବର ୧୮ ତାରିଖରେ ଭାରତ ଯୋଡ଼ା ଯାତ୍ରାର ଆବାହକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଦିଗବିଜୟ ସିଂ, ଏଆଇସିସିର ମୁଖପାତ୍ର ସାଂସଦ ଶ୍ରୀ ଜୟରାମ ରମେଶ, ଓଡ଼ିଶା ପ୍ରଭାରୀ ଡ ଏ ଚେଲ୍ଲା କୁମାର, ସହ ପ୍ରଭାରୀ ଶ୍ରୀ ରୁଦ୍ର ରାଜୁଙ୍କ ଉପସ୍ଥିତିରେ ଏହାର ଚୁଡ଼ାନ୍ତ ରୂପରେଖ ପ୍ରସ୍ତୁତ ହେବ ।
ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ ପିସିସି ଉପସଭାପତି ଶ୍ରୀ ଶିବାନନ୍ଦ ରାୟ, ଭାରତ ଯୋଡ଼ା ଯାତ୍ରାର ଓଡ଼ିଶା ସଂଯୋଜକ ଶ୍ରୀ ରବି ସେଠୀ, ଯୁଗ୍ଧ ସଂଯୋଜକ ଶ୍ରୀ ନକୁଳ ନାୟକ, ସେବାଦଳ ଅଧ୍ୟକ୍ଷ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ଟ୍ରେନିଂ ସେଲର ମୁଖ୍ୟ ଶୁଭେନ୍ଦୁ ମହାନ୍ତି, କିଶାନ କଂଗ୍ରେସର ସଭାପତି ଶ୍ରୀ ଅମିୟ ପଟ୍ଟନାୟକ, ରାଜୀବ ଗାନ୍ଧୀ ଫଚାୟତ ରାଜ ସଂଗଠନର ରାଜ୍ୟ ଅଧ୍ୟକ୍ଷ ଶ୍ରୀ ସୁଦର୍ଶନ ଦାସ, ଯୁବ କଂଗ୍ରେସ ସଭାପତି ଡ. ସୁତି ରଞ୍ଜନ ଲେଙ୍କା, ମହିଳା କଂଗ୍ରେସର ସଭାନେତ୍ରୀ ବନ୍ଦିତା ପରିଡ଼ା, ଛାତ୍ର କଂଗ୍ରେସ ସଭାପତି ଶ୍ରୀ ୟାସିର ନୱାଜ, ପିସିସି ଗଣମାଧ୍ୟମ ସଂଯୋଜକ ଶ୍ରୀ ଦୀପକ କୁମାର ମହାପାତ୍ର, ଅଣସଂଗଠିତ ଶ୍ରମିକ କଂଗ୍ରେସ ଅଧ୍ୟକ୍ଷ ବିଦ୍ୟାଧର ମହାନ୍ତି, ମାନବାଧୂକାର ବିଭାଗ ଅଧକ୍ଷ ନିଶିକାନ୍ତ ମିଶ୍ର, ସୋସିଆଲ ମିଡିଆର ଅଧ୍ୟକ୍ଷ ଶ୍ରୀ ଅଭିଷେକ ମହାନନ୍ଦ, ଅନୁସୂଚିତ ଜାତି ବିଭାଗ ଅଧକ୍ଷ ଶ୍ରୀ ବାଙ୍କନିଧୁ ବେହେରା, ଓବିସି ବିଭାଗର ଉପସଭାପତି ଶ୍ରୀ ବେଣୁଧର ପାତ୍ର, ମତ୍ସ୍ୟ ବିଭାଗ ଅଧକ୍ଷ ହଳଧର ସେଠୀ, ସଂଖ୍ୟାଲଘୁ ବିଭାଗ ଅଧକ୍ଷ ଜିଆଉଲ ହକ, ଭିନ୍ନକ୍ଷମ ବିଭାଗ ଅଧକ୍ଷ ଜିତେନ୍ଦ୍ର ବିଶ୍ୱାଳ, ବିସ୍ମୟ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
Post a Comment