loading...

ନୂତନ ରାଜ୍ୟ ଜଳ ନୀତି ସଂପର୍କିତ ବୈଠକ ଅନୁଷ୍ଠିତ

ରାଜ୍ୟରେ ନୂତନ ଜଳ ନୀତି ପ୍ରଣୟନ ସଂପର୍କିତ ଅନ୍ତଃ ବିଭାଗୀୟ ବୈଠକ ଶନିବାର ରାଜ୍ୟ ଜଳସଂପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ

ନୂତନ ରାଜ୍ୟ ଜଳ ନୀତି ସଂପର୍କିତ ବୈଠକ ଅନୁଷ୍ଠିତ


ଭୁବନେଶ୍ୱର,ରାଜ୍ୟରେ ନୂତନ ଜଳ ନୀତି ପ୍ରଣୟନ ସଂପର୍କିତ ଅନ୍ତଃ ବିଭାଗୀୟ ବୈଠକ ଶନିବାର ରାଜ୍ୟ ଜଳସଂପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଯୋଗଦେଇ ଆଗାମୀ ଦିନରେ ପ୍ରଣୟନ ତଥା କାର୍ଯ୍ୟକାରୀ ହେବାକୁ ଥିବା ପ୍ରସ୍ତାବିତ ନୂତନ ରାଜ୍ୟ ଜଳ ନୀତି ସଂପର୍କରେ ଅବଗତ ହୋଇଥିଲେ । କୃଷି, ଶିଳ୍ପ ତଥା ଆନୁଷଙ୍ଗିକ କ୍ଷେତ୍ରରେ କୃଷକ ତଥା ଜନସାଧାରଣଙ୍କ ନିମନ୍ତେ ଜଳର ଆବଶ୍ୟକତା ପୂରଣ ଦିଗରେ ରାଜ୍ୟ ସରକାର ଯେଉଁ ଲକ୍ଷ୍ୟ ରଖ୍ କାର୍ଯ୍ୟ କରୁଛନ୍ତି, ପ୍ରସ୍ତାବିତ ନୂତନ ଜଳନୀତି ଏ ଦିଗରେ ସହାୟକ ହେବ ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ ପ୍ରକାଶ କରିଥିଲେ । ବୈଠକରେ ନୂତନ ରାଜ୍ୟ ଜଳ ନୀତିରେ ଜଳ ସଂପଦ ବିଭାଗରେ ଥିବା ବିଭିନ୍ନ ଉପ ବିଭାଗର କାର୍ଯ୍ୟ ନୀତିରେ ହେବାକୁ ଥିବା ପରିବର୍ଭନ ସଂପର୍କରେ ବ୍ୟାପକ ଆଲୋଚନା କରାଯାଇଥିଲା । 

ଜଳସମ୍ପଦ ବିଭାଗ ଜରିଆରେ କାର୍ଯ୍ୟକାରୀ ହେଉଥିବା ମଧ୍ୟମ ,ବୃହତ୍ ଓ କ୍ଷୁଦ୍ର ଜଳସେଚନ, ମେଗା ଲିଫ୍, ଉଠା ଜଳସେଚନ ଓ ଅନ୍ୟାନ୍ୟ ବ୍ୟବସ୍ଥାରେ ଜଳସେଚନ କରାଯାଉଥିବା ବେଳେ ରାଜ୍ୟ ଜଳନୀତିରେ ଆବଶ୍ୟକ ପରିବର୍ତ୍ତନ କରାଗଲେ ବ୍ୟବସ୍ଥାରେ ଅଧୁକ ଉନ୍ନତିକରଣ ହେବ ବୋଲି ଏ ସଂପର୍କରେ ସଂପୃକ୍ତ ବିଭାଗୀୟ ମୁଖ୍ୟଯନ୍ତ୍ରୀମାନେ ପାୱାର ପଏଣ୍ଟ ମାଧ୍ୟମରେ ବୁଝାଇଥିଲେ । ନୂତନ ଜଳନୀତିରେ ଭୂତଳ ଜଳ ସଂରକ୍ଷଣ, ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ଓ ୱାଲମୀ ଜରିଆରେ କାର୍ଯ୍ୟକ୍ରମ ସଂପର୍କିତ ବ୍ୟବସ୍ଥାରେ ଆବଶ୍ୟକ ପରିବର୍ତ୍ତନ ସଂପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା । । ବୈଠକରେ ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଯୋଗଦେଇ, ନୂତନ ଜଳନୀତିରେ ଆବଶ୍ୟକ କଣ କଣ ପରିବର୍ତ୍ତନ କରାଗଲେ ଜନସାଧାରଣ ଅଧୁକରୁ ଅଧୁକ ବ୍ୟବହାର ଉପଯୋଗୀ ଜଳ ପାଇପାରିବେ, ସେ ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ଏବଂ କେତେକ ସ୍ଥଳେ ବିଭାଗୀୟ ଅଧୁକାରୀ ତଥା ମୁଖ୍ୟ ଯନ୍ତ୍ରୀମାନଙ୍କୁ ପ୍ରସ୍ତାବିତ ନୂତନ ଜଳନୀତିକୁ ପୁନଃ ଅବଲୋକନ କରିବାକୁ ଶ୍ରୀମତୀ ଗର୍ଗ ପରାମର୍ଶ ଦେଇଥିଲେ ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget