ଭୁବନେଶ୍ୱର ୩୦ ନଭେମ୍ବର ୨୦୨୩
ଜାତୀୟ ଶିକ୍ଷା ନୀତି ୨୦୨୦ ଲାଗୁ କରିବାକୁ କୁଳାଧୂପତିଙ୍କ ପରାମର୍ଶ ଗବେଷଣା ଉପରେ ଗୁରୁତ୍ବ ଆରୋପ
ଜାତୀୟ ଶିକ୍ଷା ନୀତି ୨୦୨୦ ଲାଗୁ କରିବା ପାଇଁ ଏକ ନୀତି ନିର୍ଘ୍ୟଟ ପ୍ରଣୀତ ହେବା ଦରକାର । ପ୍ରଥମ ପର୍ଯ୍ୟାୟରେ ଚାରି ବର୍ଷିଆ ସ୍ନାତକ ଶିକ୍ଷା ପ୍ରଚଳନ ପାଇଁ ବ୍ୟବସ୍ଥା ହେବା ଦରକାର । ଏଥ୍ ନିମନ୍ତେ ପାଠ୍ୟକ୍ରମ, ସଂରଚନା, ଦକ୍ଷତା ବିକାଶ ଓ ଧନ୍ଦାମୂଳକ ପାଠ୍ୟକ୍ରମ ପ୍ରସ୍ତୁତ ହେବା ଆବଶ୍ୟକ। ଜାତୀୟ ଶିକ୍ଷା ନୀତି ୨୦୨୦ ଅନ୍ତର୍ଗତ ପ୍ରଶିକ୍ଷଣ, ପ୍ରୋଜେକ୍ଟ କାର୍ଯ୍ୟ ଓ ଇଂଟରନ୍ସିପ୍ ସହ ଶିଳ୍ପ ସଂଯୋଗର ଭିଭି ପ୍ରସ୍ତୁତ କରିବାକୁ ରାଜ୍ୟପାଳ ତଥା କୁଳାଧୂପତି ରଘୁବର ଦାସ ପରାମର୍ଶ ଦେଇଛନ୍ତି ।
ଆଜି ରାଜଭବନରେ ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟର କୁଳପତି ସମ୍ମିଳନୀରେ ଉଦ୍ବୋଧନ ଦେଇ କୁଳାଧୁପତି କହିଛନ୍ତି ଯେ ଓଡ଼ିଶାରେ ବହୁ ଉଚ୍ଚମାନର ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ଅଛି । ଭୁବନେଶ୍ୱର ପୂର୍ବ ଭାରତର ଶୈକ୍ଷିକ କେନ୍ଦ୍ର ହେବା ସ୍ଥଳେ ଗୋଟିଏ ବି ପ୍ରମୁଖ ଜାତୀୟସ୍ତରୀୟ ଶିକ୍ଷା ଅନୁଷ୍ଠାନ ଓଡ଼ିଶାରେ ନରହିବା ନିଶ୍ଚିତ ରୂପେ ଚିନ୍ତାର ବିଷୟ । ଏ ଦିଗରେ ପ୍ରୟାସ କରିବାକୁ କୁଳାଧୂପତି ଶ୍ରୀ ଦାସ ଆହ୍ବାନ ଦେଇଛନ୍ତି।
କୁଳାଧୂପତି ଶ୍ରୀ ଦାସ ଆହୁରି କହିଛନ୍ତି ଯେ ପ୍ରତ୍ୟେକ ବିଶ୍ୱବିଦ୍ୟାଳୟରେ ସ୍ନାତକ ଶିକ୍ଷାସ୍ତରରେ ରିସର୍ଚ ଆଣ୍ଡ ଡେଭଲପ୍ସ୍ଫେଟ ସେଲ୍ ପ୍ରତିଷ୍ଠା ହେବା ଦରକାର ଏବଂ ବହୁ ସଂଖ୍ୟାରେ ପେଟେଟ୍ ହାସଲ ପାଇଁ ଉଦ୍ୟମ କରିବାକୁ କୁଳାଧୂପତି କହିଛନ୍ତି । ବ୍ୟାପକ ବୈଷୟିକ ଜ୍ଞାନକୌଶଳ, ପ୍ରଯୁକ୍ତି ବିଦ୍ୟା, ଇ-ଅଫିସ୍, ଡିଜିଟାଲ୍ ମାଧ୍ୟମର ବିପୁଳ ଉପଯୋଗ ଓ ନିୟମିତ ଅଡିଟ୍ ଉପରେ କୁଳାଧୂପତି ଗୁରୁତ୍ବ ଦେଇଛନ୍ତି ।
ଓଡ଼ିଶାରେ ୬୨ ଜନଜାତି ସଂପ୍ରଦାୟ ରହୁଛନ୍ତି, ଯେଉଁମାନେ ଓଡ଼ିଶାର ଜନସଂଖ୍ୟାର ପ୍ରାୟ ୨୩ଶତାଂଶ । ସେମାନଙ୍କ ଭାଷା, ସଂସ୍କୃତି, ଗୀତସଂଗୀତ, ଜୀବନଶୈଳୀ ଓ ଆଚାରବ୍ୟବହାର ସଂପର୍କରେ ସ୍ଥାନୀୟ ବିଶ୍ୱବିଦ୍ୟାଳୟ ତଥ୍ୟ ସଂଗ୍ରହ, ଗବେଷଣା, ମ୍ୟୁଜିଅମ ପ୍ରତିଷ୍ଠା ଉପରେ ଧ୍ୟାନ ଦେବା ଦରକାର ବୋଲି କୁଳାଧୁପତି ପରାମର୍ଶ ଦେଇଛନ୍ତି।
ଭାରତ ସରକାର ଉଚ୍ଚ ଶିକ୍ଷାର ବିକାଶ ନିମନ୍ତେ ବିବିଧ ଯୋଜନା ଓ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରୁଛନ୍ତି । ରାଜ୍ୟ ସରକାର ମଧ୍ୟ ପର୍ଯ୍ୟାପ୍ତ ସହଯୋଗ କରୁଛନ୍ତି । ଏସବୁର ଉପଯୋଗ କରି ଭଲ ଗ୍ରେଡ୍ ହାସଲ କରିବାକୁ ତଥା ଶିକ୍ଷା ଓ ଗବେଷଣାକୁ ପ୍ରାଧାନ୍ୟ ଦେବାକୁ କୁଳାଧୂପତି କହିଛନ୍ତି ।
ଠିକଣା ସମୟରେ ପରୀକ୍ଷା କରିବା ସହ ଠିକ୍ ସମୟରେ ଫଳ ପ୍ରକାଶନ ଓ ଛାତ୍ରଛାତ୍ରୀମାନଙ୍କୁ ସାର୍ଟିଫିକେଟ୍ ପ୍ରଦାନ କରିବାକୁ କୁଳପତିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କୁଳପତି ସମ୍ମିଳନୀରେ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର ସମ୍ମିଳନୀର ଆଭିମୁଖ୍ୟ ସଂପର୍କରେ ସୂଚନା ଦେଇ ଓଡ଼ିଶାରେ ବିଶ୍ୱବିଦ୍ୟାଳୟଗୁଡ଼ିକର ସ୍ଥିତି ଓ ପରିଚାଳନା ବିଷୟରେ ତଥ୍ୟ ଉପସ୍ଥାପନ କରିଥିଲେ। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଡ.ଅରବିନ୍ଦ ପାଢ଼ୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ଶାଳିନୀ ପଣ୍ଡିତ, ଉଚ୍ଚ ଶିକ୍ଷା ବିଭାଗର ସଚିବ ଅରବିନ୍ଦ ଅଗ୍ରୱାଲ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ସ୍ବତନ୍ତ୍ର ସଚିବ ଗଙ୍ଗାଧର ସାହୁ, ଓକାକ୍ର ମୁଖ୍ୟ ନିର୍ବାହୀ ଅଧିକାରୀ ମନୋଜ ପଟ୍ଟନାୟକ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ବତନ୍ତ୍ର ସଚିବ ମଧୁସୂଦନ ଦାସ ପ୍ରମୁଖ ନିଜ ବିଭାଗ ଅନ୍ତର୍ଗତ ବିଶ୍ୱବିଦ୍ୟାଳୟର ସ୍ଥିତି ଓ ପ୍ରଗତି ସଂପର୍କରେ ବକ୍ତବ୍ୟ ରଖୁଥୁଲେ । କୁଳପତିମାନେ ବିଶ୍ୱବିଦ୍ୟାଳୟର ପ୍ରଗତି, ଭବିଷ୍ୟତର ଯୋଜନା, କାର୍ଯ୍ୟାନ୍ଵୟନ ବିଷୟରେ ତଥ୍ୟ ସୂଚନା ଦେବା ସହ ବିଭିନ୍ନ ସମସ୍ୟା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ସରକାରଙ୍କ ସହ ସମନ୍ଵୟ ରଖ୍ ବିଶ୍ୱବିଦ୍ୟାଳୟର କାର୍ଯ୍ୟଧାରାକୁ ତ୍ବରାନ୍ବିତ କରିବାକୁ କୁଳାଧୂପତି ପରାମର୍ଶ ଦେଇଥିଲେ । ସମ୍ମିଳନୀରେ କୁଳପତିଙ୍କ ସହ କୁଳ ସଚିବ ଓ ବିଭ ନିୟନ୍ତ୍ରକ ତଥା ରାଜଭବନର ଅଧିକାରୀମାନେ ଯୋଗ ଦେଇଥିଲେ ।
Post a Comment