loading...

ରୋଇ ଓ ମାନ୍ୟତାପ୍ରାପ୍ତ ବିଶ୍ୱବିଦ୍ୟାଳୟ କୁଳପତି ସମ୍ମିଳନୀ

ଭୁବନେଶ୍ୱର ୧ ଡିସେମ୍ବର ୨୦୨୩




ବିକଶିତ ଭାରତ ଓ ଆତ୍ମନିର୍ଭର ଭାରତ ନିର୍ମାଣ ନିମନ୍ତେ ଶିକ୍ଷାର ବରିଷ୍ଠ ଯୋଗଦାନ ରହିଛି । ଶିକ୍ଷା ହିଁ ପରିବର୍ତ୍ତନର ପ୍ରମୁଖ ମାଧ୍ୟମ ଏବଂ ଏହା ଉପରେ ଗୁରୁତ୍ବ ଦେବାକୁ ରାଜ୍ୟପାଳ ରଘୁବର ଦାସ ଆହ୍ବାନ ଦେଇଛନ୍ତି।

ଆଜି ରାଜଭବନରେ ଘରୋଇ ତଥା ମାନ୍ୟତାପ୍ରାପ୍ତ ବିଶ୍ୱବିଦ୍ୟାଳୟର କୁଳପତି ସମ୍ମିଳନୀକୁ ସଂବୋତ କରି ରାଜ୍ୟପାଳ କହିଲେ ଯେ, ଭାରତ ସରକାରଙ୍କ ଦ୍ଵାରା ପ୍ରଣୀତ ଜାତୀୟ ଶିକ୍ଷା ନୀତି – ୨୦୨୦ ହେଉଛି ଦୂରଦୃଷ୍ଟିସଂପନ୍ନ ପ୍ରୟାସ । ଏହାକୁ ପ୍ରତ୍ୟେକ ବିଶ୍ୱବିଦ୍ୟାଳୟ ଲାଗୁ କରିବା ଦରକାର । ପାଠ ସହିତ ଶାଠର ଆବଶ୍ୟକ‌ତା ରହିଛି। ସାଂପ୍ରତିକ ସମୟର ଆହ୍ଵାନ ଓ ଆବଶ୍ୟକତା ଅନୁଯାୟୀ ପାଠ୍ୟକ୍ରମ ପ୍ରଚଳନ କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି ।

କୌଣସି ଛାତ୍ରଛାତ୍ରୀ ଅର୍ଥ ଅଭାବରୁ ଉଚ୍ଚ ଶିକ୍ଷାରୁ ବଂଚିତ ହେବା ସ୍ପୃହଣୀୟ ନୁହେଁ। ଘରୋଇ ବିଶ୍ବବିଦ୍ୟାଳୟ ଏହାକୁ ଧ୍ୟାନରେ ରଖ୍ କାର୍ଯ୍ୟ କରିବା ସହ ସରକାରଙ୍କ ଆରକ୍ଷଣ ନୀତି ଲାଗୁ କରିବାକୁ ରାଜ୍ୟପାଳ କହିଛନ୍ତି।

ଓଡ଼ିଶାରେ ଶିଳ୍ପାୟନ ବେଶ୍ ଉତ୍ସାହଜନକ । ଶିଳ୍ପ ଓ ବ୍ୟବସାୟ ଜଗତର ଆବଶ୍ୟକ‌ତା ଭିଭିରେ ନୂତନ ଦକ୍ଷତାସଂପନ୍ନ ମାନବ ସଂବଳ ସୃଷ୍ଟି ହେବା ଦରକାର । ପ୍ରାସଂଗିକ ପାଠ୍ୟକ୍ରମ ଓ ସମୟର ଆବଶ୍ୟକ‌ତା ପୂରଣ ଦିଗରେ ବିଶ୍ୱବିଦ୍ୟାଳୟଗୁଡ଼ିକ ପ୍ରଚେଷ୍ଟା କରିବାକୁ ରାଜ୍ୟପାଳ କ‌ହିଛନ୍ତି।

ଭାରତକୁ ବିଶ୍ଵଗୁରୁ ହେବାର ସମୟ ଆସିଛି । ଭାରତର ଯୁବଶକ୍ତି ଆମର ଅମୂଲ୍ୟ ସଂପଦ । ଏହି ଜନସାଂଖ୍ୟକ ସୁବିଧାର ସଫଳ ଉପଯୋଗ କରିବା ଦରକାର । ଘରୋଇ ବିଶ୍ବବିଦ୍ୟାଳୟ ରାଜ୍ୟ ତଥା ଦେଶର ପ୍ରଗତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଦିଗରେ ଆନୁଷ୍ଠାନିକ ସାମାଜିକ ଦାୟିତ୍ୱ ନିର୍ବାହ କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି।

ଗୁଣାତ୍ମକ ଶିକ୍ଷାର ମାନ ନିର୍ଦ୍ଧାରଣ ନିମନ୍ତେ ଯେଉଁସବୁ ମାନକ ଓ ବିଧୁବ୍ୟବସ୍ଥା ରହିଛି, ପ୍ରତ୍ୟେକ ପାଳନ କରିବା ଦରକାର। ବିଶ୍ୱସ୍ତରୀୟ ଶିକ୍ଷା ବ୍ୟବସ୍ଥା ପାଇଁ ଅନୁରୂପ ଚିନ୍ତନ ଓ ପ୍ରସ୍ତୁତି ଆବଶ୍ୟକ । ସମୟର ଆହ୍ୱାନକୁ ସାମ୍ନା କରିବାକୁ ବିଶ୍ୱବିଦ୍ୟାଳୟର କ୍ଷମତା ବୃଦ୍ଧି ପାଇଁ ରାଜ୍ୟପାଳ ଆହ୍ୱାନ ଦେଇଛନ୍ତି।

କୁଳପତି ସମ୍ମିଳନୀରେ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ରାଜ୍ୟ ସରକାରଙ୍କ ବିଭିନ୍ନ ଶୈକ୍ଷିକ ନୀତି ଓ ବ୍ୟବସ୍ଥା ସଂପର୍କରେ ସୂଚନା ଦେଇ ଘରୋଇ ଓ ସରକାରୀ ବିଶ୍ବବିଦ୍ୟାଳୟ ମଧ୍ଯରେ କ୍ରିୟାଶୀଳ ସମନ୍ବୟ ଓ ସଂପର୍କ ଉପରେ ଗୁରୁତ୍ବ ଆରୋପ କରିଥିଲେ । ନ୍ୟାସନାଲ ଏକାଡେମିକ ଡିପୋଜିଟୋରର ସୁବିଧାର ଉପଯୋଗ କରିବା, ସରକାରୀ ପ୍ରୋତ୍ସାହନ ସଂପର୍କରେ ସଚେତନତା ସୃଷ୍ଟି ତଥା ମଧ୍ଯମ, କ୍ଷୁଦ୍ର ଓ ଅଣୁ ଶିଳ୍ପ କ୍ଷେତ୍ରରେ ନବସର୍ଜନାକୁ ପ୍ରୋତ୍ସାହିତ କରିବା ପାଇଁ ସହଯୋଗ କାମନା କରିଥିଲେ।

ସମ୍ମିଳନୀରେ ରାଜ୍ୟର ୧୩ଗୋଟି ଘରୋଇ ଓ ମାନ୍ୟତାପ୍ରାପ୍ତ ବିଶ୍ଵବିଦ୍ୟାଳୟର କୁଳପତିମାନେ ବିଶ୍ବବିଦ୍ୟାଳୟର ଲକ୍ଷ୍ୟ, ଆଦର୍ଶ, ପ୍ରଗତି ଓ ସ୍ଥିତି ସଂପର୍କରେ ସୂଚନା ଦେଇଥିଲେ। ରାଜଭବନର ବରିଷ୍ଠ ଅଧୂକାରୀମାନେ ସମ୍ମିଳନୀରେ ଉପସ୍ଥିତ ଥିଲେ।

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget