loading...

ଓଡ଼ିଶାରେ ଫିଫାର ‘ଫୁଟବଲ ଫର୍ ସ୍କୁଲ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର  ଡିସେମ୍ବର ୨୦୨୩







  • ଏଆଇଏଫଏଫର ସଭାପତି କଲ୍ୟାଣ ଚୌବେଙ୍କ ସହ ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟ ଓ  ନବୋଦୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଫୁଟବଲ ବିତରଣ କଲେ କେନ୍ଦ୍ରମନ୍ତ୍ରୀ
  • ଫିଫା, ସର୍ବଭାରତୀୟ ଫୁଟବଲ ମହାସଂଘ ଓ ଜବାହର ନବୋଦୟ ବିଦ୍ୟାଳୟର ମିଳିତ ପ୍ରୟାସରେ ଫୁଟବଲ ଫର୍ ସ୍କୁଲ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି
  • ଭାରତବର୍ଷର ୧ ଲକ୍ଷ ୫୩ ହଜାର ସ୍କୁଲରେ ପ୍ରାୟ ୧୧ ଲକ୍ଷ ଏବଂ ଓଡ଼ିଶାର ସାଢେ ୫ ହଜାର ସ୍କୁଲରେ ପାଖାପାଖି ୩୦ ହଜାର ଫୁଟବଲ ବିତରଣ କରାଯିବ
  • ମୁଁ ପିଲାବେଳେ ଫୁଟବଲ ଖେଳୁଥିଲି, ଫୁଟବଲ ମୋର ପ୍ରିୟ ଖେଳ
  • ଛାତ୍ରଛାତ୍ରୀଙ୍କ ପକ୍ଷେ ଖେଳ ସ୍ୱାସ୍ଥ୍ୟ ଓ ଶରୀର ପାଇଁ ବେଶ୍ ଉପଯୋଗୀ
  • ଖେଳ ପିଲାଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ସହ ଖେଳୁଆଡ ମାନସିକତା ଜାଗ୍ରତ କରିଥାଏ
  • ଯେଉଁ ପିଲାମାନେ ମଇଦାନରେ ଫୁଟବଲ୍ ଖେଳିବେ, ସେମାନେ ଜୀବନରେ ନିଶ୍ଚୟ ସଫଳତା ପାଇବେ
  • ପିଏମ ଶ୍ରୀ ନବୋଦୟ ବିଦ୍ୟାଳୟ ଓ କେନ୍ଦ୍ରୀୟ ବିଦ୍ୟାଳୟ ଢେଙ୍କାନାଳ ମଧ୍ୟରେ ଆୟୋଜିତ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚ୍ ଦେଖିଲେ କେନ୍ଦ୍ରମନ୍ତ୍ରୀ

 ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଫୁଟବଲ ଖେଳ ପ୍ରତି ଉତ୍ସାହ ତଥା ଖେଳୁଆଡ ମନୋଭାବ ତିଆରି କରିବା ଉଦ୍ଦେଶ୍ୟରେ ଆଜି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକର ମୁଣ୍ଡଳୀ ଠାରେ ପିଏମ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ଫିଫାର ଫୁଟବଲ ଫର୍ ସ୍କୁଲ୍(F4S) କାର୍ଯ୍ୟକ୍ରମର ଶୁଭାରମ୍ଭ ସହ ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟ ଓ  ନବୋଦୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଫୁଟବଲ ବିତରଣ କରିଛନ୍ତି ।  

କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦ୍ଵାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଫିଫା, ସର୍ବଭାରତୀୟ ଫୁଟବଲ ମହାସଂଘ(ଏଆଇଏଫ୍ଏଫ୍) ଓ ଜବାହର ନବୋଦୟ ବିଦ୍ୟାଳୟ(ଜେଏନଭି)ର ମିଳିତ ପ୍ରୟାସରେ ଏହି ମହତ୍ୱକାଂକ୍ଷୀ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଫିଫା ସମଗ୍ର ବିଶ୍ୱରେ ୪୦ ଲକ୍ଷ ଫୁଟବଲ ବିତରଣ କରୁଥିବା ବେଳେ କେବଳ ଭାରତରେ ମୋଟ ୭୪୨ଟି ଜିଲ୍ଲାରେ ୧ ଲକ୍ଷ ୫୩ ହଜାର ସ୍କୁଲରେ ପ୍ରାୟ ୧୧ ଲକ୍ଷରୁ ଉର୍ଦ୍ଧ୍ୱ ଫୁଟବଲ ବଣ୍ଟନ କରାଯିବ । ସେହିପରି ଓଡ଼ିଶାରେ ପ୍ରାୟ ସାଢେ ୫ ହଜାର ସ୍କୁଲରେ ପାଖାପାଖି ୩୦ ହଜାର ଫୁଟବଲ ବିତରଣ କରାଯିବ । ଆଗାମୀ ଦୁଇ ମାସ ମଧ୍ୟରେ ଫୁଟବଲ ଖେଳକୁ ନେଇ ଥିବା ଅନୁକୂଳଯୁକ୍ତ ବାତାବରଣକୁ ଲକ୍ଷ୍ୟ କରି ସେହି ସ୍କୁଲ ଗୁଡିକୁ ଫୁଟବଲ ଦିଆଯିବ । କେବଳ ଏତିକି ନୁହେଁ ଖେଳ ଶିକ୍ଷକ ମାନଙ୍କୁ ଆଧୁନିକ କୌଶଳର ପ୍ରଶିକ୍ଷଣ ଦେବା ପାଇଁ ମଧ୍ୟ ଯୋଜନା ହୋଇଥିବା ଶ୍ରୀ ପ୍ରଧାନ କହିଛନ୍ତି ।    

କେନ୍ଦ୍ରମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ଫୁଟବଲ ଖେଳିବା ପାଇଁ ଉପଦେଶ ଦେବା ସହ କହିଛନ୍ତି ଯେ ଫୁଟବଲ ଏକ ରୁଚିପୂର୍ଣ୍ଣ ଖେଳ । ଫୁଟବଲ ଖେଳରେ କେବଳ ଖେଳାଳୀ ନୁହେଁ ଦର୍ଶକମାନେ ଆନନ୍ଦିତ ହୁଅନ୍ତି । ମୁଁ ମଧ୍ୟ ପିଲାବେଳେ ଫୁଟବଲ ଭାବେ ଖେଳୁଥିଲି । ଫୁଟବଲରେ ରେଜଲ୍ଟ ତୁରନ୍ତ ମିଳିଥାଏ। ଏଥିପାଇଁ ଏହା ମୋର ପ୍ରିୟ ଖେଳ ।  ଛାତ୍ରଛାତ୍ରୀଙ୍କ ପକ୍ଷେ ଖେଳ ସ୍ୱାସ୍ଥ୍ୟ ଓ ଶରୀର ପାଇଁ ବେଶ୍ ଉପଯୋଗୀ ।  ଖେଳ ପିଲାଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ସହ ଖେଳୁଆଡ ମାନସିକତା ଜାଗ୍ରତ କରିଥାଏ । ଯେଉଁ ପିଲାମାନେ ମଇଦାନରେ ଫୁଟବଲ୍ ଖେଳିବେ, ସେମାନେ ଜୀବନରେ ନିଶ୍ଚୟ ସଫଳତା ପାଇବେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ଏହି ଅବସରରେ ଶ୍ରୀ ପ୍ରଧାନ ଏଆଇଏଫଏଫର ସଭାପତି କଲ୍ୟାଣ ଚୌବେଙ୍କ ସହ ପିଏମ ଶ୍ରୀ ନବୋଦୟ ବିଦ୍ୟାଳୟ ଓ କେନ୍ଦ୍ରୀୟ ବିଦ୍ୟାଳୟ ଢେଙ୍କାନାଳ ମଧ୍ୟରେ ଆୟୋଜିତ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚକୁ ଦେଖିଥିଲେ । ଶ୍ରୀ ପ୍ରଧାନ ବିଜୟୀ ଟିମ ନବୋଦୟ ବିଦ୍ୟାଳୟ ଓ ପ୍ରତିଦ୍ୱନ୍ଦୀ ଟିମକୁ ଶୁଭେଚ୍ଛା ଜଣାଇବା ସହ ପୁରସ୍କୃତ କରିଥିଲେ ।

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget