loading...

ସମାନ ସଂସଦୀୟ ୟ କ୍ଷେତ୍ର ଥାଇ ଗୋ ଗୋଟିଏ ଜିଲ୍ଲାରୁ ଅନ୍ୟ ଗୋଟିଏ ଜିଲ୍ଲାକୁ ବଦଳୀ ମନା

ଭୁବନେଶ୍ୱର, ୨୫ ଫେବୃୟାରୀ ୨୦୨୪



ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ହେଉଥିବା ଅଧିକାରୀମାନଙ୍କ ବଦଳୀ ଉପରେ ନିର୍ବାଚନ ଆୟୋଗ ରାଜ୍ୟମାନଙ୍କ ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ନିର୍ଦ୍ଦେଶାବଳୀ ଅନୁସାରେ ରାଜ୍ୟମାନଙ୍କ ଦ୍ଵାରା ଯେଉଁ ଅଧିକାରୀମାନଙ୍କୁ ବଦଳୀ କରାଯାଉଛି ଯେପରି ସମାନ ସଂସଦୀୟ କ୍ଷେତ୍ରରେ ଥିବା ଗୋଟିଏ ଜିଲ୍ଲାରୁ ଅନ୍ୟ ଗୋଟିଏ ଜିଲ୍ଲାକୁ ଅଧୂକାରୀଙ୍କ ବଦଳୀ ନହୁଏ, ସେଥ୍ପ୍ରତି ସଂପୃକ୍ତ ରାଜ୍ୟ ସରକାର ନଜର ରଖୁବା ଦରକାର ଓ ଏହି ନିର୍ଦ୍ଦେଶାବଳୀକୁ ଠିକ୍ ଭାବେ ପାଳନ କରିବା ପାଇଁ ନିର୍ବାଚନ ଆୟୋଗ ଆଗାମୀ ଦିନରେ ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନର ପ୍ରଚଳିତ ନିୟମାନୁସାରେ ଜଣେ ଅଧିକାରୀ ନିଜ ଗୃହ ଜିଲ୍ଲାରେ କାର୍ଯ୍ୟରତ ଅଛନ୍ତି କିମ୍ବା ତିନିବର୍ଷରୁ ଅଧୂକ କ ଦିନ ଧରି ଗୋଟିଏ ସ୍ଥାନରେ କାର୍ଯ୍ୟ କରୁଛନ୍ତି ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ସେମାନଙ୍କୁ ଅନ୍ୟତ୍ର ବଦଳୀ କରାଯାଉଛି । ନିର୍ବାଚନ ଆୟୋଗଙ୍କ ନୂତନ ନିର୍ଦ୍ଦେଶାବଳୀ ଅନୁସାରେ ନିର୍ବାଚନ ପୂର୍ବରୁ ଯେଉଁ ଅଧୁକାରୀମାନଙ୍କର ଗୋଟିଏ ସ୍ଥାନରେ ତିନିବର୍ଷ ପୂରଣ ହୋଇଯାଇଛି, ସେମାନଙ୍କୁ ସଂସଦୀୟ କ୍ଷେତ୍ର (ପି.ସି) ବାହାର ଜିଲ୍ଲାକୁ ବଦଳୀ କରାଯିବ ଏବଂ ଏହାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି ।

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget