loading...

ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ନିଧନରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର, ୩ ଜୁଲାଇ ୨୦୨୪




  • ଆଦିତ୍ୟ ଭାଇଙ୍କ ଅକାଳ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ ଏବଂ ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି: ମନମୋହନ ସାମଲ
  • ରାଜ୍ୟ କାର୍ଯ୍ୟାଳୟରେ ଶେଷଦର୍ଶନ ସହ ଶ୍ରଦ୍ଧାଞ୍ଜଳୀ ଜଣାଇଲେ କାର୍ଯ୍ୟକର୍ତା


 ମାଲକାନଗରିରି ପୂର୍ବତନ ବିଧାୟକ ତଥା ରାଜ୍ୟ ରାଜନୀତିର ଜଣେ ପରିଚିତ ଚେହେରା ଶ୍ରୀ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକ ବ୍ୟକ୍ତ କରାଯାଇଛି । ସାରା ଓଡିଶା ସମେତ ମାଲକାନଗିରିବାସୀଙ୍କ ସ୍ୱାର୍ଥ ପାଇଁ ସଦା ଚିନ୍ତିତ ଓ କାର୍ଯ୍ୟ କରୁଥିବା ସ୍ୱର୍ଗତଃ ମାଢ଼ିଙ୍କ ଅକାଳ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ ଏବଂ ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି । ପାର୍ଟୀକୁ ତୃଣମୂଳ ସ୍ତରରେ ସାଂଗଠନିକ କାର୍ଯ୍ୟକୁ ସୁଦୃଢ କରିବାରେ ତାଙ୍କ ଅବଦାନ ଚିର ସ୍ମରଣୀୟ ହୋଇରହିବ । ସ୍ୱର୍ଗତଃ ମାଢ଼ିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ପ୍ରାର୍ଥନା କରିଛନ୍ତି । 

ସ୍ୱର୍ଗତଃ ମାଢ଼ି ଭୁବନେଶ୍ୱରର ଏମ୍ସ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ୫୧ବର୍ଷରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସ୍ୱର୍ଗତଃ ମାଢ଼ିଙ୍କ ଏମ୍ସ ହସ୍ପିଟାଲରେ ମୃତ୍ୟୁ ସମୟରେ ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ମାନସ ମହାନ୍ତି, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସାଧାରଣ ସମ୍ପାଦକ ଡ.ଯତୀନ ମହାନ୍ତି, ରାଜ୍ୟ ସମ୍ପାଦକ ସରୋଜ କର ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟ କାର୍ଯ୍ୟାଳୟରେ ତାଙ୍କ ପାର୍ଥୀବ ଶରୀରରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଦଳୀୟ ପତାକା ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ପଂଚାୟତରାଜ ମନ୍ତ୍ରୀ ରବି ନାୟକ, କ୍ରୀଡାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ପରିବେଶ ସୁରକ୍ଷା ମନ୍ତ୍ରୀ ଗଣେଶରାମ ସିଂଖୁଂଟିଆ, ପୂର୍ବତନ ବିଧାୟିକା କୁସୁମ ଟେଟେ, ପୂର୍ବତନ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ସାଧାରଣ ସମ୍ପାଦକ ଶାରଦା ଶତପଥୀ, ପୂର୍ବତନ ସଂଗଠନ ସମ୍ପାଦକ ପ୍ରସନ୍ନ ମିଶ୍ର, ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର ପ୍ରମୁଖଙ୍କ ସମେତ ବହୁ କାର୍ଯ୍ୟକର୍ତା ଉପସ୍ଥିତ ରହି ଶେଷଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ସ୍ୱର୍ଗତଃ ମାଢ଼ିଙ୍କ ପାର୍ଥୀବ ଶରୀରକୁ ତାଙ୍କ ଜନ୍ମସ୍ଥାନ ମାଲକାନଗିରି ଜିଲ୍ଲାକୁ ଅଣାଯାଇ ଶେଷକୃତ ସଂପନ୍ନ କରାଯିବ ।

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget