loading...

ରଥ ଯାତ୍ରା ସମୟରେ ଯାତ୍ରୀ ସୁରକ୍ଷା ଓ ନିରାପତ୍ତା ଯାତ୍ରା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ସଚେତନତା ଅଭିଯାନ |

ଭୁବନେଶ୍ୱର, ୬ ଜୁଲାଇ ୨୦୨୪






ରଥ ଯାତ୍ରା ମହୋତ୍ସବ ସମୟରେ ଟ୍ରେନ ମାନଙ୍କରେ ମାତ୍ରାଧିକ ଭିଡ଼ ଏବଂ ପୁରୀ ଷ୍ଟେସନ ଠାରେ ବିପୁଳ ଜନସମାବେଶକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ତୀର୍ଥଯାତି ଓ ଭକ୍ତ ମାନଙ୍କ ସୁରକ୍ଷା ଓ ନିରାପତ୍ତା ପ୍ରତି ବିଶେଷ ଧ୍ୟାନ ଦେଇ ସୁବିଧାଜନକ ଯାତ୍ରା ଅଭିଜ୍ଞତା ସୁନିଶ୍ଚିତ କରାଇବା ପାଇଁ ନିଜକୁ ପ୍ରସ୍ତୁତ ରଖିଛି | ଏହି ମହୋତ୍ସବ ସମୟରେ ଯାତ୍ରୀ ମାନଙ୍କ ଯାତାୟାତର ଯେପରି କୌଣସି ଅସୁବିଧା ନହୁଏ ସେଠି ପାଇଁ ପୂର୍ବତଟ ରେଳପଥ ସ୍ୱତନ୍ତ୍ର ସଚେତନତା ଅଭିଯାନ ଆରମ୍ଭ କରିଛି ଯାହା ଅତ୍ୟଧିକ ଜନଗହଳିପୂର୍ଣ୍ଣ ଟ୍ରେନରେ ଯାତ୍ରୀମାନଙ୍କ ସୁରକ୍ଷା ଈଓ ନିରାପତ୍ତା ପାଇଁ ସହାୟକ ହେବ |

ତୀର୍ଥଯାତ୍ରୀ ଏବଂ ଯାତ୍ରୀମାନଙ୍କୁ ଫୁଟବୋର୍ଡ, ବଫର୍ କିମ୍ବା ଟ୍ରେନ୍ କମ୍ପାର୍ଟମେଣ୍ଟର ଛାତ ଉପରେ ଯାତ୍ରା କରିବା ଭଳି ବିପଦପୂର୍ଣ୍ଣ ଆଚରଣରୁ ନିବୃତ୍ତ ରହିବାକୁ ଅନୁରୋଧ କରାଯାଇଛି | ଯାତ୍ରୀମାନଙ୍କ ସୁରକ୍ଷା ହେଉଛି ରେଳବାଇର ସର୍ବୋଚ୍ଚ ପ୍ରାଥମିକତା | ପୂର୍ବତଟ ରେଳପଥ ତୀର୍ଥଯାତ୍ରୀ ଏବଂ ଭକ୍ତ ମାନଙ୍କୁ ମଧ୍ୟ କୌଣସି ଜ୍ୱଳନ୍ତ ଜିନିଷ ନ ନେବାକୁ, ଅପରିଚିତ ବ୍ୟକ୍ତିଙ୍କ ଖାଦ୍ୟ କିମ୍ବା ପାନୀୟ ଗ୍ରହଣ ନକରିବା ଏବଂ ଅପ୍ରତ୍ୟାଶିତ ବ୍ୟାଗ କିମ୍ବା ସନ୍ଦେହଜନକ ଜିନିଷ ନଛୁଇଁବାକୁ ମଧ୍ୟ ପରାମର୍ଶ ଦେଉଛି |

ଯାତ୍ରୀମାନଙ୍କୁ ସଚେତନ କରିବା ବ୍ୟତୀତ, ଭିଡ଼ ନିୟନ୍ତ୍ରଣ ପଦକ୍ଷେପ ଏବଂ ଅସାମାଜିକ କାର୍ଯ୍ୟକଳାପ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାପାଇଁ ରେଳ ସୁରକ୍ଷା ବଳ (ଆରପିଏଫ୍) କର୍ମଚାରୀଙ୍କୁ ନିୟୋଜନ କରି ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି  |  ନିରନ୍ତର ଯାତାୟାତ ଏବଂ ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ସଜାଗ ରହିବା, ସମସ୍ତ ଯାତ୍ରୀ, ବିଶେଷକରି ତୀର୍ଥଯାତ୍ରୀ ଏବଂ ଭକ୍ତଙ୍କ ସୁରକ୍ଷା ତଥା ନିରାପତ୍ତାକୁ ସୁନିଶ୍ଚିତ କରିବା ପାଇଁ ଆରପିଏଫ୍ କର୍ମଚାରୀ ଏବଂ ସୁରକ୍ଷା କର୍ମୀଙ୍କୁ ମଧ୍ୟ ନିୟୋଜିତ କରାଯାଇଛି |

ରଥ ଯାତ୍ରା ସମୟରେ ଯାତ୍ରୀ ଭିଡ଼ ଏଡ଼ାଇବା ପାଇଁ ପୂର୍ବତଟ ରେଳପଥ 315 ରୁ ଅଧିକ ସ୍ୱତନ୍ତ୍ର ଟ୍ରେନ ଓଡ଼ିଶାର ପ୍ରାୟ ସମସ୍ତ ଜିଲ୍ଲା ସହିତ ପଶ୍ଚିମବଙ୍ଗ, ଛତିଶଗଡ ଏବଂ ଆନ୍ଧ୍ରପ୍ରଦେଶର ବିଭିନ୍ନ ସ୍ଥାନରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ପାଇଁ ଘୋଷଣା କରିଛି | ଏହି ଅତିରିକ୍ତ ଟ୍ରେନ ଗୁଡିକ ଗୁଣ୍ଡିଚା ଯାତ୍ରା, ସାନ୍ଧ୍ୟା ଦର୍ଶନ, ବାହୁଡା ଯାତ୍ରା, ସୁନାବେଶ ଏବଂ ଅଧରପଣା ଦିବସରେ ଯୋଗଦେଉଥିବା ତୀର୍ଥଯାତ୍ରୀଙ୍କ ଯାତ୍ରା ସୁବିଧା ପ୍ରତି ଧ୍ୟାନ ଦିଆଯାଇ ଚଳାଚଳ କରାଯାଉଅଛି |

ଯାତ୍ରୀଙ୍କ ଯାତ୍ରା ସୁବିଧା ଅଭିଜ୍ଞତାକୁ ବୃଦ୍ଧି କରାଇବା ପାଇଁ ପୂର୍ବତଟ ରେଳପଥ ପ୍ରମୁଖ ସ୍ଥାନରେ ଅତିରିକ୍ତ ଟିକେଟ୍ କାଉଣ୍ଟର, ଅନୁସନ୍ଧାନ କାଉଣ୍ଟର ଏବଂ ସୂଚନା କେନ୍ଦ୍ର ଯୋଗାଇ ଦେଇଛି | ସମସ୍ତ ଯାତ୍ରୀଙ୍କ ପାଇଁ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବା ପାଇଁ କ୍ୟାଟରିଂ ସେବା, ପରିମଳ ସୁବିଧା, ଚିକିତ୍ସା ସହାୟତା ବୁଥ ଏବଂ ବର୍ଦ୍ଧିତ ସୁରକ୍ଷା ବ୍ୟବସ୍ଥା ସହିତ ସ୍ୱତନ୍ତ୍ର ସୁବିଧା ବ୍ୟବସ୍ଥା କରାଯାଇଛି |

ଅଧିକନ୍ତୁ, ପୂର୍ବତଟ ରେଳପଥ ମନ୍ଦିର ପ୍ରଶାସନ ସହିତ ଘନିଷ୍ଠ ସହଯୋଗ କରି ତାଲିମପ୍ରାପ୍ତ କର୍ମଚାରୀ ଏବଂ ରଥ ଯାତ୍ରା ଉତ୍ସବ ପାଇଁ ଆବଶ୍ୟକ ସାମଗ୍ରୀ ଯୋଗାଇଥାଏ | ପୂର୍ବତଟ ରେଳପଥ ସମସ୍ତ ତୀର୍ଥଯାତ୍ରୀଙ୍କୁ ରେଳ କର୍ମଚାରୀଙ୍କ ସହ ସହଯୋଗ କରିବାକୁ ଏବଂ ସେମାନଙ୍କ ଯାତ୍ରା ସମୟରେ ସୁରକ୍ଷା ନିର୍ଦ୍ଦେଶାବଳୀ ପାଳନ କରିବାକୁ ପ୍ରୋତ୍ସାହିତ କରୁଛି | ଆସନ୍ତୁ ସମସ୍ତେ ଏକାଠି ହୋଇ ଏହି ରଥ ଯାତ୍ରାକୁ ସମସ୍ତଙ୍କ ପାଇଁ ସ୍ମରଣୀୟ ଏବଂ ନିରାପଦ ଅନୁଭୂତି ନେବାପାଇଁ ପୂର୍ବତଟ ରେଳପଥ ଯାତ୍ରୀ ମାନଙ୍କୁ ନିବେଦନ କରୁଛି |

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget