ଭୁବନେଶ୍ୱର, ୩୦ ଅଗଷ୍ଟ ୨୦୨୪
ଆସନ୍ତା ସେପ୍ଟେମ୍ବର ୨ତାରିଖ, ସେପ୍ଟେମ୍ବର ୯ ତାରିଖ ଏବଂ ସେପ୍ଟେମ୍ବର ୧୬ ତାରିଖ (ସମସ୍ତ ସୋମବାର) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ସଂପ୍ରତି ସପ୍ତଦଶ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ସେପ୍ଟେମ୍ବର ୨ ତାରିଖ ଏବଂ ସଙ୍ଗେ ସଙ୍ଗେ ସେପ୍ଟେମ୍ବର ୯ ତାରିଖରେ ନୂଆଖାଇ ପରିପ୍ରେକ୍ଷୀରେ ସ୍ଵତନ୍ତ୍ର ସରକାରୀ ଛୁଟି ଏବଂ ସେପ୍ଟେମ୍ବର ୧୬ ତାରିଖରେ ମହାପୁରୁଷ ମହମ୍ମଦଙ୍କ ଜୟନ୍ତୀ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଉପରୋକ୍ତ ଦିବସମାନଙ୍କରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ତରଫରୁ କୁହାଯାଇଛି ।
Post a Comment