loading...

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ୯୨ ପ୍ରତିଶତ ରୁ ଅଧିକ ଘରକୁ ବିଦ୍ୟୁତ୍ ଯୋଗାଣ ସ୍ବାଭାବିକ କରାଯାଇଛି

ଭୁବନେଶ୍ୱର,  ଅକ୍ଟୋବର ୨୦୨୪



  • ସମୁଦାୟ ୮,୦୯,୫୧୩ ଜଣ ଆଶ୍ରୟ ସ୍ଥଳରେ ଥିଲେ, ପରିସ୍ଥିତି ସ୍ବାଭାବିକ ହେବା ପରେ ଏବେ ଆଉ ୧,୧୦,୭୭୦ ଜଣ ଅଛନ୍ତି
  • ବାଲେଶ୍ଵର ଓ ମୟୂରଭଞ୍ଜର ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ଥିବାରୁ
  • ସେଠାକୁ  ଅତିରିକ୍ତ power boat ପଠାଯାଇଛି 
  • ବନ୍ୟା ପାଇଁ ରେମୁଣା ବ୍ଲକର ୨୫୦୦ ଓ ବାଲେଶ୍ୱର ସଦର ବ୍ଲକର ୮ ହଜାର ଲୋକଙ୍କୁ ପ୍ରଶାସନ ଏପର୍ଯ୍ୟନ୍ତ ସୁରକ୍ଷିତ ସ୍ଥାନକୁ ଆଣିଛି
  • ସମସ୍ତେ ନିର୍ଭୟରେ ରୁହନ୍ତୁ, ଆମ ଟିମ୍ ସମ୍ପୂର୍ଣ୍ଣ ସଜାଗ ଅଛି - ମୁଖ୍ୟମନ୍ତ୍ରୀ 


ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ଓ ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଦୁଇ ଥର ସମୀକ୍ଷା କରି ବାତ୍ୟା ପରବର୍ତ୍ତୀ ପରିସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସମୀକ୍ଷା ପରେ ସନ୍ଧ୍ୟାରେ ଗଣ ମାଧ୍ୟମ ଜରିଆରେ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ବ୍ୟତ୍ୟା ପରିସ୍ଥିତି ସ୍ବାଭାବିକ ହୋଇଛି। ସମସ୍ତେ ସୁରକ୍ଷିତ ଅଛନ୍ତି। ଆପଣମାନେ ସମସ୍ତେ ନିର୍ଭୟରେ ରୁହନ୍ତୁ। ଆମ ଟିମ୍ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।

 ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟରେ ବାତ୍ୟା ଆଶ୍ରୟସ୍ଥଳକୁ ସମୁଦାୟ ୮ ଲକ୍ଷ ୯ ହଜାର ୫୧୩ ଲୋକମାନଙ୍କୁ ଅଣାଯାଇଥିଲା । ସ୍ଥିତି ସ୍ୱାଭାବିକ ହେବାପରେ ଲୋକମାନେ ନିଜ ଘରକୁ ଫେରିଛନ୍ତି । ବର୍ତ୍ତମାନ ମାତ୍ର ୧ ଲକ୍ଷ ୧୦ ହଜାର ୭୭୦ ଜଣ ଆଶ୍ରୟସ୍ଥଳୀରେ ଅଛନ୍ତି । ଯେଉଁ ଅଞ୍ଚଳରେ ପାଣି ଜମି ରହିଛି, ସେଠାରେ ଲୋକମାନେ ଏ ପର୍ଯ୍ୟନ୍ତ ଅଛନ୍ତି। ପରିସ୍ଥିତି ସ୍ବାଭାବିକ ହେବା ପର୍ଯ୍ୟନ୍ତ ସେମାନେ ରହି ପାରିବେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ 

ରାଜ୍ୟରେ ବାତ୍ୟା ଯୋଗୁ ସମୁଦାୟ ୨୨.୮୪ ଲକ୍ଷ ପରିବାରକୁ ବିଦ୍ୟୁତ୍ ଯୋଗାଣ ପ୍ରଭାବିତ ହୋଇଥିଲା । ତନ୍ମଧ୍ୟରୁ ଆଜି ସନ୍ଧ୍ୟା ୭ ଟା ୩୦ ସୁଦ୍ଧା ୯୨ ପ୍ରତିଶତରୁ ଅଧିକ ପରିବାରକୁ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରାଯାଇଛି ।  


 ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବାତ୍ୟା “ଦାନା” ଦ୍ୱାରା କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ଅଧିକ ପ୍ରଭାବିତ ହୋଇଥିଲା ।

 ଏହିସବୁ ଜିଲ୍ଲା ଗୁଡିକରେ    ଗଛ ପଡି ରାସ୍ତା ଅବରୋଧ ହେବା ସହ ବିଦ୍ୟୁତ୍ ସରବରାହରେ ବ୍ୟାଘାତ ଘଟିଥିଲା । 


କେନ୍ଦ୍ରାପଡାରେ ବର୍ତ୍ତମାନ ସ୍ଥିତି ପ୍ରାୟତ ସ୍ବାଭାବିକ ଅଛି। ବର୍ତ୍ତମାନ ସୁଦ୍ଧା ବାତ୍ୟା ଦ୍ୱାରା ପ୍ରଭାବିତ ୯୫ ପ୍ରତିଶତ ଉପଭୋକ୍ତା ମାନଙ୍କୁ ବିଦ୍ୟୁତ୍ ସଂଯୋଗ ଯୋଗାଇ ଦିଆଯାଇଅଛି । ପ୍ରାୟ ୧୫ ହଜାର ଉପଭୋକ୍ତା ବିଦ୍ୟୁତ୍ ସଂଯୋଗ ଅପେକ୍ଷାରେ ଅଛନ୍ତି । ସେମାନଙ୍କୁ ବିଦ୍ୟୁତ୍ ଯୋଗାଇ ଦେବା ପାଇଁ ବର୍ତ୍ତମାନ ମଧ୍ୟ କାମ ଜାରି ରହିଛି ।

ଭଦ୍ରକରେ Water logging  ସମସ୍ୟା ଯୋଗୁଁ Power Restoration କାମ ବିଳମ୍ବ ହେଉଛି । ବର୍ତ୍ତମାନ ସୁଦ୍ଧା ପ୍ରାୟ ୭୭  ପ୍ରତିଶତ  Restoration ହୋଇଛି । ପ୍ରାୟ ୭୦ ହଜାର ଉପଭୋକ୍ତା ବିଦ୍ୟୁତ୍ ସଂଯୋଗ ଅପେକ୍ଷାରେ ଅଛନ୍ତି । ଅଧିକ ଟିମ୍ ନିୟୋଜିତ କରି ବର୍ତ୍ତମାନ ମଧ୍ୟ କାମ ଜାରି ରହିଛି ।  ଖୁବ୍ ଶୀଘ୍ର ପରିସ୍ଥିତି ସ୍ବଭାବିକ ହୋଇଯିବ ବୋଲି ସେ କହିଛନ୍ତି।

ବାଲେଶ୍ୱରର ସ୍ଥିତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବାଲେଶ୍ୱର ଜିଲ୍ଲାରେ ଆଜି ସନ୍ଧ୍ୟା ସୁଦ୍ଧା ବାକିଥିବା ସବୁ ରାସ୍ତା ଅବରୋଧ ହଟାଯାଇଛି । ପ୍ରାୟ ୮୧ ପ୍ରତିଶତ ଉପଭୋକ୍ତାଙ୍କୁ ବିଦ୍ୟୁତ୍ ସଂଯୋଗ ଯୋଗାଇ ଦିଆଯାଇଅଛି । Power Restoration କାମ ଜାରି ରହିଛି।

 ମୁଖ୍ୟମନ୍ତ୍ରୀ କହିଥିଲେ ଯେ 

ଶିମିଳିପାଳରେ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବୁଢାବଳଙ୍ଗ ନଦୀରେ ଜଳସ୍ତରରେ ବୃଦ୍ଧି ଘଟୁଛି । ତେବେ ବର୍ତ୍ତମାନ ଶେଷ ରିପୋର୍ଟ ଅନୁଯାୟୀ ଜଳ ସ୍ତର ସ୍ଥିର ଅଛି। ବର୍ଷା ବନ୍ଦ ହୋଇଥିବାରୁ ଆହୁରି କମିବାର ସଂଭାବନା ଅଛି।

ବାଲେଶ୍ୱର ଜିଲ୍ଲାରେ ୬ ଟି ଗ୍ରାମ ପଞ୍ଚାୟତର ୨୦ ଟି ଗ୍ରାମ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଅଛି । ରେମୁଣା ବ୍ଲକର ୨୫୦୦ ଓ ବାଲେଶ୍ୱର ସଦର ବ୍ଲକର ୮ ହଜାର ଲୋକଙ୍କୁ ପ୍ରଶାସନ ଏପର୍ଯ୍ୟନ୍ତ ସୁରକ୍ଷିତ ସ୍ଥାନକୁ ଆଣିଛି । ସେଠାରେ  ପ୍ରଶାସନ, ODRAF ଓ Fire Services ସମ୍ପୂର୍ଣ୍ଣ ରୂପେ ସଜାଗ ରହିଛି । 

ମୟୂରଭଞ୍ଜର ସ୍ଥିତି ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମୟୂରଭଞ୍ଜ ଜିଲ୍ଲାରେ ବିଦ୍ୟୁତ୍ ସଂଯୋଗ ଓ ଯୋଗା ଯୋଗ ବ୍ୟବସ୍ଥା ସ୍ୱାଭାବିକ ହୋଇଛି । ବୁଢାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ  ସେଠାରେ ମଧ୍ୟ ପ୍ରଶାସନ, ODRAF ଓ Fire Services ସମ୍ପୂର୍ଣ୍ଣ ରୂପେ ସଜାଗ ରହିଛି । 

ବନ୍ୟା ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ମୟୂରଭଞ୍ଜ ଜିଲ୍ଲାକୁ ଅତିରିକ୍ତ ୧୧ ଗୋଟି power boat  ଏବଂ ବାଲେଶ୍ୱର ଜିଲ୍ଲାକୁ ଅତିରିକ୍ତ ୧୦  ଗୋଟି power boat  ପଠେଇବାକୁ ମୁଁ ନିର୍ଦ୍ଦେଶ ଦେଇଛି । 

ବାଲେଶ୍ୱରର ଗୋବିନ୍ଦପୁର ସେତୁ ଠାରେ ବର୍ତ୍ତମାନ ଜଳସ୍ତର ୭.୮୪ ମିଟର ରେ ପ୍ରବାହିତ ହେଉଅଛି,  ଯାହାକି ବିପଦ ସଂକେତଠାରୁ ତଳେ   ଅଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ଏପର୍ଯ୍ୟନ୍ତ ସର୍ପାଘାତରେ ୨୮  ଜଣ ବ୍ୟକ୍ତି ଆହାତ ହୋଇ ଚିକିତ୍ସିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫ ଜଣ ପୁରୁଷ ଓ ୧୩ ଜଣ ମହିଳା ଅଟନ୍ତି ।

ଫସଲହାନୀ ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରାରମ୍ଭିକ ଆକଳନରୁ ଜଣାଯାଇଛି ଯେ 

ପ୍ରାୟ ୨ ଲକ୍ଷ ଏକର ଜମିରେ ଫସଲ ନଷ୍ଟ ହୋଇଛି । ପାଣି ଛାଡିଲା ପରେ ଏହାର ସଠିକ୍ ଆକଳନ କରାଯାଇ ଚାଷୀମାନଙ୍କୁ ତୁରନ୍ତ ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget