ଭୁବନେଶ୍ୱର, ୦୩ ଜାନୁଆରୀ ୨୦୨୫
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ଆସାମର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନିତୀଜ୍ଞ ସ୍ୱର୍ଗତ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ୯୯ ତମ ଜୟନ୍ତୀ ଉତ୍ସବ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି। ଏହି ଅବସରରେ କଂଗ୍ରେସ ନେତୃବୃନ୍ଦ ସ୍ୱର୍ଗତ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।
ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଚିନ୍ମୟ ସୁନ୍ଦର ଦାଶ, ପ୍ରକାଶ ଜେନା, ନଜିବୁର ରହେମାନ୍ ଖାଁ, ତରୁଣ ମିଶ୍ର, ମିହିର ଆଚାର୍ଯ୍ୟ, ଏମ୍ଡ଼ି ସାହା ଦୁଲ୍ଲା, ଖଗେଶ୍ୱର ମଲ୍ଲିକ, ସାଗର ପରିଡ଼ା ଓ ଧନଞ୍ଜୟ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।
Post a Comment