loading...

କିଟ୍ ପକ୍ଷରୁ ପ୍ରକୃତିଙ୍କ ନାମରେ ମେଧାବୃତ୍ତି ଘୋଷଣା

ଭୁବନେଶ୍ୱର, ୧୯ ଫେବୃଆରୀ ୨୦୨୫

କିଟ୍‍ ଛାତ୍ରୀ ପ୍ରକୃତିଙ୍କ ମୃତଦେହ ତାଙ୍କ ବାପା ଓ ମାମୁଙ୍କୁ ହସ୍ତାନ୍ତର ପ୍ରକ୍ରିୟା କାର୍ଯ୍ୟ ଶେଷ ହେବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କ ସହ ସାକ୍ଷାତ କରିଥିଲେ। ପ୍ରକୃତିଙ୍କ ଅକାଳ ମୃତ୍ୟୁରେ ଶ୍ରୀ ସାମନ୍ତ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କୁ ସାନ୍ତ୍ୱନା ଦେଇଥିଲେ। ଏହି ଅବସରରେ ପ୍ରକୃତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ନାମରେ ଏକ ମେଧାବୃତ୍ତି ପ୍ରଦାନ କରାଯିବ ବୋଲି ଶ୍ରୀ ସାମନ୍ତ ଘୋଷଣା କରିଥିଲେ ।

ଏହି ଘଟଣାରେ ନୂଆଦିଲ୍ଲୀସ୍ଥିତ ନେପାଳ ଦୂତାବାସରୁ ଆସିଥିବା ଦୁଇ ଅଧିକାରୀ କିଟରେ ପଢ଼ୁଥିବା ନେପାଳୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ପୁନର୍ବାର ଏଭଳି ପରିସ୍ଥିତି ସୃଷ୍ଟି ହେବ ନାହିଁ ବୋଲି ସେମାନଙ୍କୁ ଆଶ୍ୱାସନା ଦେଇଥିଲେ । ଅନ୍ୟ ପକ୍ଷରେ ନିଜ ଘରକୁ ଚାଲିଯାଇଥିବା ଅନେକ ଛାତ୍ରଛାତ୍ରୀ କିଟ୍‍କୁ ଫେରିଛନ୍ତି । କିଟ୍‍କୁ ଫେରି ନଥିବା ଛାତ୍ରଛାତ୍ରୀଙ୍କୁ ଫେରାଇ ଆଣିବା ପାଇଁ କିଟ୍‍ ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି । ଆଜି ପ୍ରତିଷ୍ଠାତା ଶ୍ରୀ ସାମନ୍ତ ନେପାଳ ପ୍ରୋଭିନ୍‍ସ-୨ର ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ଲାଲ୍‍ବାବୁ ରାଉତଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଥିଲେ । ପିଲାଙ୍କୁ କିଟ୍‍କୁ ଫେରାଇ ଆଣିବା ପାଇଁ କିଟ୍‍ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିବା ଶ୍ରୀ ସାମନ୍ତ ତାଙ୍କୁ ସୂଚନା ଦେଇଥିଲେ । ସେହିପରି ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଅର୍ଜୁ ରାଣା ଦେଉବାଜଳ ଯୋଗାଣ ମନ୍ତ୍ରୀ ପ୍ରଦୀପ ଯାଦବ ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ମଧ୍ୟ ଶ୍ରୀ ସାମନ୍ତ ଆଲୋଚନା କରି ପିଲାଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।

Tags

Post a Comment

[blogger][disqus][facebook][spotim]

Contact Form

Name

Email *

Message *

Powered by Blogger.
Javascript DisablePlease Enable Javascript To See All Widget