loading...

ଇଟି ନାଓ ଇଣ୍ଡଷ୍ଟ୍ରି ଆଇକନ୍ସ ସମ୍ମାନ

ଭୁବନେଶ୍ୱର, ୦୩ ଫେବୃଆରୀ ୨୦୨୫




  • ସମ୍ ଅଲ୍ଟିମେଟ ମେଡିକେୟାର, ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଭୁବନେଶ୍ୱର, ଫୁଲନଖରା ଓ ଶୀତଳାପଲ୍ଲୀ କ୍ୟାମ୍ପସ୍ ସମ୍ବର୍ଦ୍ଧିତ 
  • ପ୍ରମେୟ ଓଡ଼ିଶାର ଏକ ନମ୍ବର ସମ୍ବାଦପତ୍ର ଭାବେ ସମ୍ମାନିତ

ଇଟି ନାଓ ଇଣ୍ଡଷ୍ଟ୍ରି ଆଇକନ୍ସ -୨୦୨୫ ଇଷ୍ଟ ଚାପ୍ଟରର ପ୍ରଥମ ସଂସ୍କରଣର ସମ୍ମାନ ପ୍ରଦାନ ଉତ୍ସବରେ ସମ୍ ଅଲ୍ଟିମେଟ୍ ମେଡିକେୟାରକୁ ପୂର୍ବ ଭାରତର ଶ୍ରେଷ୍ଠ କର୍ପୋରେଟ ହସ୍ପିଟାଲ୍ ଭାବେ ସମ୍ମାନିତ କରାଯାଇଛି। କୋଲକାତା ଠାରେ ଗତ ଶୁକ୍ରବାର ଦିନ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଟାଇମ୍ସ ନେଟୱାର୍କ ଡିଜିଟାଲ୍‌ର ପ୍ରେସିଡେଂଟ ଓ ସିଓଓ ଶ୍ରୀ ରୋହିତ ଚଢ଼ା ସମ୍ମମ୍‌ର ସିଇଓ ଡକ୍ଟର ଶ୍ୱେତପଦ୍ମା ଦାଶଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। 

ସେହିପରି ଏହି ଉତ୍ସବରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୨ ଫୁଲନଖରାକୁ ଓଡ଼ିଶାର ଶ୍ରେଷ୍ଠ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ ଭାବେ ସମ୍ମାନିତ କରାଯାଇଥିବା ବେଳେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୩ ଶୀତଳାପଲ୍ଲୀ (ବ୍ରହ୍ମପୁର)କୁ ଓଡ଼ିଶାର ଶ୍ରେଷ୍ଠ ମଲ୍ଟିସ୍ପେଶିଆଲିଟି ଇମର୍ଜିଂ ହସ୍ପିଟାଲ୍ ଭାବେ ମନୋନୀତ କରାଯାଇ ସମ୍ମାନ ପ୍ରଦାନ କରାଯାଇଛି। 

ସେହିପରି ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ଭୁବନେଶ୍ୱରର କାର୍ଡିଓଲୋଜି, ଅଙ୍କୋଲୋଜି, ନ୍ୟୁରୋଲୋଜି, ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି, ହେମାଟୋଲୋଜି ଏବଂ ନେଫ୍ରୋଲୋଜି ବିଭାଗକୁ ସେହି କ୍ୟାଟେଗୋରୀରେ ଓଡ଼ିଶାର ଶ୍ରେଷ୍ଠ ବିଭାଗ ଭାବେ ମାନ୍ୟତା ପ୍ରଦାନ କରାଯାଇଛି। 

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଭୁବନେଶ୍ୱରର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର, ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୨ ଫୁଲନଖରାର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା ଏବଂ ବିଶ୍ୱବିଦ୍ୟାଳୟର ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଶୁଭଦର୍ଶିନୀ ମିଶ୍ର ଏହି ସମ୍ମାନ ଗ୍ରହଣ କରିଥିଲେ। 

ଏହି ସମ୍ମାନଗୁଡ଼ିକୁ ବଲିଉଡ୍ ଅଭିନେତା ତଥା ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ପ୍ରସାରିତ ବହୁଚର୍ଚ୍ଚିତ ‘ହିରାମଣ୍ଡି’ ସିରିଜ୍‌ର ଫେମ୍ ତାରା ଶାହା ବଦୁଶାହା, ବିଶିଷ୍ଟ ଭାରତୀୟ ସିନେମା ପ୍ରଯୋଜିକା, ନିର୍ଦ୍ଦେଶିକା, ଲେଖିକା ଶ୍ରୀମତି ନନ୍ଦିତା ରାୟ ଏବଂ ଅଭିନେତା ତଥା ନିର୍ଦ୍ଦେଶକ ଓ ଲେଖକ ଶ୍ରୀ ଶିବପ୍ରସାଦ ମୁଖାର୍ଜୀ ଏବଂ ବଲିଉଡ୍ ଅଭିନେତା ଅପାରଶକ୍ତି ଖୁରାନା ପ୍ରଦାନ କରିଥିଲେ। 

ଏହି ଅବସରରେ ସୁମା ରିୟଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍‌ର ଓଡ଼ିଆ ସମ୍ବାଦପତ୍ର ‘ପ୍ରମେୟ’କୁ ଓଡ଼ିଶାର ଏକ ନମ୍ବର ସମ୍ବାଦପତ୍ର ଭାବେ ସମ୍ମାନିତ କରାଯାଇଥିଲା। ସୁମା ରିୟଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍‌ର ଗ୍ରୁପ୍ ଡାଇରେକ୍ଟର (ସେଲ୍‌ସ ଆଣ୍ଡ ମାର୍କେଟିଂ) ଶ୍ରୀ ହିମାଂଶୁ ଭୂଷଣ ହୋତା ଏହି ସମ୍ମାନ ଗ୍ରହଣ କରିଥିଲେ। 

ଭାରତୀୟ ଶାସ୍ତ୍ରୀୟ ସଂଗୀତଜ୍ଞ ତଥା ସରୋଦ ବାଦକ ଶ୍ରୀ ଅମନ୍ ଅଲ୍ଲୀ ବଙ୍ଗସ୍ ଶ୍ରୀ ହୋତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। 

ଟାଇମ୍ସ ଗ୍ରୁପ୍ ପକ୍ଷରୁ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର ସମ୍ମାନିତ ଅତିଥି ଯୋଗ ଦେଇଥିବା ବେଳେ ଭାରତୀୟ ଅଭିନେତ୍ରୀ ତଥା ପ୍ରଯୋଜିକା ଋତୁପର୍ଣ୍ଣା ସେନ୍‌ଗୁପ୍ତା ଚକ୍ରବର୍ତୀ ମଧ୍ୟ ସାମିଲ ହୋଇଥିଲେ। 

ଟାଇମ୍ସ ନେଟୱାର୍କର ଆସିଷ୍ଟାଂଟ ଭାଇସ୍ ପ୍ରେସିଡେଂଟ ତଥା ପୂର୍ବାଂଚଳର ଆଂଚଳିକ ମୁଖ୍ୟ ଶ୍ରୀ ବିମନ୍ ଦତ ଅତିଥିମାନଙ୍କୁ ସ୍ୱାଗତ କରିବା ସହ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget