ଭୁବନେଶ୍ୱର, ୨୧ ଫେବୃଆରୀ ୨୦୨୫
ଆଗାମୀ ଫେବୃଆରୀ ୨୪ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର ଥିବା ହେତୁ ଏହି ସୋମବାର ଭୁବନେଶ୍ଵର,ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Post a Comment