loading...

ଅପାରଗ ଅଧିକାରୀ ଓ କର୍ମଚାରୀଙ୍କୁ ଅବସରଗ୍ରହଣ ପୂର୍ବରୁ ସରକାରୀ ସେବାରୁ ବହିଷ୍କାର କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ନିର୍ଦ୍ଦେଶନାମାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ।

ଭୁବନେଶ୍ୱର, ୨୪ ମାର୍ଚ୍ଚ ୨୦୨୫


କାର୍ଯ୍ୟରେ ସନ୍ଦେହଜନକ ରହୁଥିବା, ସଚ୍ଚୋଟତା ବା ସାଧୁତାର ଅଭାବ ଥିବା କିମ୍ବା ଅପାରଗ  ଅଧିକାରୀ କର୍ମଚାରୀଙ୍କୁ ସେମାନଙ୍କର  ପ୍ରକୃତ ଅବସରଗ୍ରହଣ ସମୟ ପୂର୍ବରୁ ସରକାରୀ ସେବାରୁ ବହିଷ୍କାର କରିବା ନେଇ  ସାଧାରଣ ପ୍ରଶାସନ ସାଧାରଣ ଅଭିଯୋଗ (ଜିଏପିଜି) ବିଭାଗର ସର୍କୁଲାରକୁ କଡ଼ାକଡ଼ି ଭାବେ ପାଳନ କରିବାରୁ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି ସଂପର୍କରେ ରହିଥିବା ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବାକୁ  ମୁଖ୍ୟ ଶାସନ ସଚିବ ଆଜି ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଆଜି ସରକାରଙ୍କ ସମସ୍ତ ବିଭାଗର  ସଚିବମାନଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ସେବା କୋଡ୍ ନିୟମ-୭୧( ଧାରା-) ଅନୁଯାୟୀ ସରକାରୀ କର୍ମଚାରୀଙ୍କ  ଅକାଳ ଅବସର(ପ୍ରି-ମାଚ୍ୟୁର ରିଟାୟରମେଣ୍ଟ) ମାମଲାର  ସମାଧାନ ପ୍ରକ୍ରିୟାକୁ ଶୃଙ୍ଖଳିତ କରିବା ଏବଂ ପ୍ରଶାସନିକ  ଦକ୍ଷତାକୁ  ସୁନିଶ୍ଚିତ କରିବା ନିମନ୍ତେ ଜିଏ ପିଜି ବିଭାଗର ସର୍କୁଲାର ନଂ ୨୭୦୩୭ ତାରିଖ ୨୪.୦୯.୨୦୧୯ରେ ନିର୍ଦ୍ଦେଶନାମା ଜାରି କରାଯାଇଛି  

  ତେବେ ଉପରୋକ୍ତ ସର୍କୁଲାରରେ ଦର୍ଶାଯାଇଥିବା ଏହି ନିୟମଗୁଡ଼ିକୁ ଅନେକ ବିଭାଗ ସମ୍ପୂର୍ଣ୍ଣ ଭାବେ ପାଳନ କରୁନଥିବା ସରକାରଙ୍କ ନଜରକୁ ଆସିଛି ଫଳରେ ଯେଉଁ ଉଦ୍ଦେଶ୍ୟରେ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି , ତାହା ଫଳପ୍ରଦ ନହେବା ସହ ସଚ୍ଚୋଟତା ଦକ୍ଷତାର ମାନରେ ସ୍ପଷ୍ଟ ଅଭାବ ଥିବା ଅଧିକାରୀ କର୍ମଚାରୀମାନେ ସରକାରୀ ଚାକିରିରେ ରହିଛନ୍ତି ଏହା କେବଳ ବ୍ୟବସ୍ଥାରେ ଦକ୍ଷତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରୁ ନାହିଁ  ବରଂ ଜନସ୍ୱାର୍ଥ ପାଇଁ ମଧ୍ୟ ଅତ୍ୟନ୍ତ କ୍ଷତିକାରକ ସାବ୍ୟସ୍ତ ହେଉଛି

ତେଣୁ କାର୍ଯ୍ୟରେ ସନ୍ଦେହଜନକ ସଚ୍ଚୋଟତା ଏବଂ ଅପାରଗତା ଥିବା ବ୍ୟକ୍ତିମାନଙ୍କୁ ସରକାରୀ ସେବାରୁ  ହଟାଇ ସରକାରୀ କାର୍ଯ୍ୟାଳୟଗୁଡ଼ିକର ପ୍ରଭାବଶାଳୀ କାର୍ଯ୍ୟକାରିତା ନିମନ୍ତେ ଜିଏ ପିଜି ବିଭାଗର ସର୍କୁଲାର ନଂ ୨୭୦୩୭ ତା-୨୪.୦୯.୨୦୧୯ ରେ ଜାରି ହୋଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ନିୟମିତ ସମୀକ୍ଷା ବୈଠକ ଆୟୋଜନ ସୁନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ ସଚିବଙ୍କୁ ନିର୍ଦ୍ଦେଶ ଦେବା ସହ  ନିଜ ନିଜ ଅଧୀନରେ କାର୍ଯ୍ୟ କରୁଥିବା ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କୁ  ଏ ସଂପର୍କରେ ନିର୍ଦ୍ଧାରିତ ସମୟରେ ସମୀକ୍ଷା ବୈଠକ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । 

Tags

Post a Comment

[blogger][disqus][facebook][spotim]

Contact Form

Name

Email *

Message *

Powered by Blogger.
Javascript DisablePlease Enable Javascript To See All Widget