loading...

ମାନ୍ୟବର ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ କଣ୍ଟିଲୋ ନୀଳମାଧବ ପରିଦର୍ଶନ କରିବେ ରାଷ୍ଟ୍ରପତି ଭାରତୀୟ ବିଶ୍ୱାବସୁ ଶବର ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେବେ

ଭୁବନେଶ୍ୱର, ୧୮ ମାର୍ଚ୍ଚ ୨୦୨୫





ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କର   ଆସନ୍ତା ମାର୍ଚ୍ଚ ୨୪ ଓ ୨୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ସଂଧ୍ୟାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ମାନ୍ୟବର ରାଷ୍ଟ୍ରପତି ମାର୍ଚ୍ଚ ୨୪ ତାରିଖ ଦିନ ୧୨.୩୦ ରେ ବାୟୁସେବା ବିମାନ ଯୋଗେ ସ୍ୱାମୀ ବିବେକାନନ୍ଦ ବିମାନ ବନ୍ଦର, ରାୟପୁର, ଛତିଶଗଡ଼ରୁ ବାହାରି ଦିନ ୧.୩୦ ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଁଚିବେ ଏବଂ ସେଠାରୁ ସେ ସ୍ୱତନ୍ତ୍ର  ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରି ସଡ଼କ ପଥରେ ଯାଇ କଣ୍ଟିଲୋ ସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ କରିବେ । ପରେ  ପରେ ସେଦିନ ସେ ଅପରାହ୍ଣ  ୩.୦୫ ମି. ସମୟରେ ପ୍ରଭୁ ନୀଳମାଧବ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିବେ ପରେ ପରେ ମାନ୍ୟବର ରାଷ୍ଟ୍ରପତି ଅପରାହ୍ଣ ୩.୩୫ ସମୟରେ ନୟାଗଡ଼ର କାଳିଆପଲ୍ଲୀ ଠାରେ ଭାରତୀୟ ବିଶ୍ୱାବସୁ  ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ  ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ   ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ରାଜଭବନରେ ରାତ୍ରି ରହଣୀ  କରିବେ ଏବଂ ତହିଁ ପରଦିନ ୨୫ ତାରିଖ ସକାଳେ ବାୟୁସେବା ବିମାନ ଯୋଗେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ   

ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟସୂଚୀ ପରିପ୍ରେକ୍ଷୀରେ ପ୍ରସ୍ତୁତି ସମୀକ୍ଷା କରିବା ସହିତ ଆବଶ୍ୟକ ସମସ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି । ଅନୁ​‌ଷ୍ଠିତ ଏହି ବୈଠକରେ ଗୃହ ବିଭାଗ ଅତିରିକ୍ତ  ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ରାଜ୍ୟ ପୁଲିସ ମହା ନିର୍ଦ୍ଦେଶକ ଓ୍ୱାଇ.ବି. ଖୁରାନିଆ, ଅଗ୍ନିଶମ ସେବା ବିଭାଗ ଡିଜି ଡଃ. ସୁଧାଂଶୁ ଷଡ଼ଙ୍ଗୀଙ୍କ  ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବ ଏବଂ ରାଜ୍ୟ ପୁଲିସ ପ୍ରଶାସନର ବରି​ଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ   ବୈଠକରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ, ଖୋର୍ଦ୍ଧା ଏବଂ ନୟାଗଡ  ଆଭାସୀ ମାଧ୍ୟମରେ ଉପସ୍ଥିତ ରହି ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ  

ବୈଠକରେ ନୀଳମାଧବ ପୀଠରେ ପ୍ରସ୍ତୁତି  ଏବଂ ମୁଖ୍ୟ କାର୍ଯ୍ୟକ୍ରମ ସ୍ଥଳ କାଳିଆପଲ୍ଲୀଠାରେ ସୁରକ୍ଷା  ଏବଂ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥଇଲା   ଉତ୍ସବ ସ୍ଥଳରେ  ବେରକେଡ୍‌ ବ୍ୟବସ୍ଥା, ସଂଲଗ୍ନ ରାସ୍ତା ମରାମତି ଏବଂ ଏହି ପରିପ୍ରେକ୍ଷୀରେ  ମାନ୍ୟବର ରାଜ୍ୟପାଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ମଧ୍ୟ ରହୁଥିବାରୁ ସେଥିପାଇଁ ମଧ୍ୟ ଅସ୍ଥାୟୀ ହେଲିପ୍ୟାଡ୍‌ ବ୍ୟବସ୍ଥା କରାଯିବା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା ପ୍ରତିଥର ଭଳି ଚଳିତ ଥର ମଧ୍ୟ ଗୃହ ବିଭାଗ ପକ୍ଷରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ ବୋଳି ବୈଠକରୁ ଜଣାଯାଇଛି  


Tags

Post a Comment

[blogger][disqus][facebook][spotim]

Contact Form

Name

Email *

Message *

Powered by Blogger.
Javascript DisablePlease Enable Javascript To See All Widget