ଭୁବନେଶ୍ୱର, ୦୫ ଏପ୍ରିଲ୍ ୨୦୨୫
ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଲିଙ୍ଗରାଜ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଚିତାକର୍ଷକ ନୃତ୍ୟ ପରିବେଷଣ କରାଯାଇଥିଲା। ପ୍ରଥମେ ତ୍ରିଧାରା ନୃତ୍ୟ ଅନୁଷ୍ଠାନ ପକ୍ଷରୁ ଗୁରୁ ପ୍ରତିଭା ପଣ୍ଡା ଓ ସାଥୀଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଇଥିଲା। ପରେ କଲିକତାରୁ ଆସିଥିବା ରାଜଜ୍ୟୋତି ଡ୍ୟାନ୍ସଗ୍ରୁପ୍ ଦ୍ୱାରା କ୍ରିଏଟିଭ ନୃତ୍ୟ ପରିବେଷଣ କରାଯାଇଥିଲା। ପରେ ଇଷ୍ଟର୍ଣ୍ଣଜୋନ କଲଚରାଲ ସେଣ୍ଟର କଳାକାରଙ୍କ ଦ୍ୱାରା ପୁରୁଲିଆ ଛଉନୃତ୍ୟ ଓ ଗଞ୍ଜାମର ଶ୍ରୀଜଗନ୍ନାଥ ସାଂସ୍କୃତିକ କଳାନିକେତନର କଳାକାରଙ୍କ ଦ୍ୱାରା ଦେବଦାସୀ ନୃତ୍ୟ ଓ କୋଲକତାର ତାରକ ସାହାଙ୍କ ଗ୍ରୁପ୍ ଦ୍ୱାରା ଗୌଡୀୟ ନୃତ୍ୟ ଦର୍ଶକଙ୍କ ମନମୁଗ୍ଧ କରିଥିଲା।
ଏଥିରେ ମୁଖ୍ୟ ଅତିଥି ଭାବେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ ଉତ୍ସବକୁ ଉଦ୍ଘାଟନ କରି କାର୍ଯ୍ୟକ୍ରମର ପ୍ରଶଂସା କରିବା ସହିତ ଏକାମ୍ର କ୍ଷେତ୍ର ସଂସ୍କୃତିର ସହର ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ବିଧାୟକ ବାବୁ ସିଂ, ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ବିଜେପି ନେତା ଜଗନ୍ନାଥ ପ୍ରଧାନ, ପ୍ର୍ରିୟଦର୍ଶୀ ମିଶ୍ର, ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ, ରଶ୍ମୀ ମହାପାତ୍ର, ପ୍ରକାଶନୀର ଉପଦେଷ୍ଟା ଶିବାନନ୍ଦ ରାୟ, ବିଜେଡ଼ି ନେତା ମନ୍ମଥ ରାଉତରାୟ, ଚିନ୍ତା ଚେତନାର ମହାସଚିବ ସୁରେନ୍ଦ୍ର ଦାସ, ପୂର୍ବତନ କର୍ପୋରେଟର ରାଜେନ୍ଦ୍ର ସମର୍ଥ, ସୁରେନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗଦେଇ ଅଭିଭାଷଣ ପ୍ରଦାନ କରିଥିଲେ।
ଅନୁଷ୍ଠାନର ସଭାପତି ତଥା ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟଙ୍କ ଅଧ୍ୟକ୍ଷତାରେ ସାଧାରଣ ସମ୍ପାଦକ ସନତ ମିଶ୍ର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ଗୁରୁ ଗଜେନ୍ଦ୍ର ପଣ୍ଡାଙ୍କ ନିର୍ଦ୍ଦେଶନାରେ ବାସୁଦେବ ନାଥ ଓ ଋତୁପର୍ଣ୍ଣା ମହାପାତ୍ର ଗୁଡ଼ି ସଂଯୋଜନା କରିଥିଲେ। ଏଥିରେ ଅନୁଷ୍ଠାନର କୋଷାଧ୍ୟକ୍ଷ ରତିକାନ୍ତ ମହାସୁଆର, ଯୁଗ୍ମ ସମ୍ପାଦକ ପ୍ରଦ୍ୟୁମ୍ନ କୁମାର ମହାନ୍ତି, ମୁଖପାତ୍ର ଲିଙ୍ଗରାଜ ସାହୁ, ମ୍ୟାନେଜର ବିଶ୍ୱନାଥ ମହାପାତ୍ର, ବାବନ ଚନ୍ଦ୍ର ମହାପାତ୍ର, କେଦାରନାଥ ମହାପାତ୍ର, ଲଲାଟେନ୍ଦୁ ମହାନ୍ତି, ପ୍ରମୋଦ ଦାସ, ସୁଧୀର ରଞ୍ଜନ ଜେନା, ପ୍ରତାପ ପଟ୍ଟନାୟକ, ତପନ ମହାସୁଆର, ଗଣେଶ ପାଲ, ଦେବାଶିଷ ସ୍ୱାଇଁ ପ୍ରମୁଖ ପରିଚାଳନା କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ସୂରଜ କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଶେଷରେ ମୁଖପାତ୍ର ଲିଙ୍ଗରାଜ ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ।
Post a Comment