loading...

ଅପ୍ରେଲ ୨୧ ତାରିଖରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ୧୭ ତାରିଖ ଦିନ ୧୧ ଟା ସମୟରୁ ଆରମ୍ଭ ହେବ ପଞ୍ଜୀକରଣ

ଭୁବନେଶ୍ୱର, ୧୬ ଏପ୍ରିଲ୍ ୨୦୨୫

ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ଏଥର ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ  ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ  । ଏଥିପାଇଁ ଆସନ୍ତାକାଲି ଅପ୍ରେଲ ୧୭ ତାରିଖ ଦିବା ୧୧ ଘଟିକା ଠାରୁ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ ଆରମ୍ଭ ହେବ । ଏଥିପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ପଞ୍ଜୀକୃତ ଦରଖାସ୍ତକାରୀ ସେମାନଙ୍କର ପଞ୍ଜୀକୃତ ପ୍ରାପ୍ତିପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ତଥା ନିଜ ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନ ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ ୨୧ ତାରିଖ ଦିନ ସକାଳ ୮ଟା ସମୟରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ । ଏ ସଂପର୍କରେ  ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । 


Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget