ଭୁବନେଶ୍ୱର, ୦୧ ମଇ ୨୦୨୫
- ଅଭିଯୋଗ ଶୁଣାଣି ପାଇଁ ୨ ତାରିଖରୁ ଅନଲାଇନ ପଞ୍ଜୀକରଣ ଆରମ୍ଭ
- ଅଣପଞ୍ଜୀକୃତ ଆବେଦନକାରୀଙ୍କ ପାଇଁ ଅଭିଯୋଗପତ୍ର ଶିବିରରେ ସିଧାସଳଖ ଗ୍ରହଣ କରାଯାଇପାରିବ ।
ଆସନ୍ତା ମଇ ୫ ତାରିଖ ସୋମବାର ସମସ୍ତ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ମଇ ୨ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ । ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ(https://janasunani.odisha.gov.in/)ବ୍ୟବହାର କରି ସଂପୃକ୍ତ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକରଣ ପ୍ରାପ୍ତି ସ୍ଵୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଜଣାଇପାରିବେ । ଏତଦ୍ ଭିନ୍ନ, ଅଣପଞ୍ଜୀକୃତ ଆବେଦନକାରୀମାନଙ୍କର ଅଭିଯୋଗପତ୍ରଗୁଡିକୁ ମଧ୍ୟ ଯୁଗ୍ମ ଶୁଣାଣି ଶିବିରରେ ସିଧାସଳଖ ଗ୍ରହଣ କରାଯାଇପାରିବ ।
ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଜାରି କରାଯାଇଛି l
Post a Comment