loading...

ସେପ୍ଟେମ୍ବର ୨୭ ରେ ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ ପରିପ୍ରେକ୍ଷୀରେ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

ଭୁବନେଶ୍ୱର, ୨୦ ସେପ୍ଟେମ୍ବର ୨୦୨୫




ଆସନ୍ତା ସେପ୍ଟେମ୍ବର ୨୭ ତାରିଖରେ ମାନ୍ୟବର ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତ କରି ବ୍ରହ୍ମପୁରଠାରେ ଜାତୀୟ ସ୍ତରୀୟ ସେବା ପର୍ବକାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଶା ସମେତ ଦେଶର ବିଭିନ୍ନ ରାଜ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଶିଳାନ୍ୟାସ ଓ ଲୋକାର୍ପଣ କରିବେ ଏଥିପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ନେଇ ଗତକାଲି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ  ପ୍ରସ୍ତୁତି ବୈଠକ କରି ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ଏହାପରେ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଲୋକସେବା ଭବନରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସ୍ତିରୀକୃତ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମର ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ  

ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ପଦାଧିକାରୀ ଉପସ୍ଥିତ ଥିଲେ ଗଞ୍ଜାମ ଜିଲ୍ଲାପାଳ ଶ୍ରୀ  କୀର୍ତ୍ତି ଭାସନ ଭି.  ଆଭାସୀ ମାଧ୍ୟମରେ ଯୋଗଦେଇଥିଲେ   ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରଓ୍ୱାଲ କାର୍ଯ୍ୟକ୍ରମ ସଂପର୍କରେ ସବିଶେଷ ଉପସ୍ଥାପନ କରିଥିଲେ

ମାନ୍ୟବର ପ୍ରଧାନମନ୍ତ୍ରୀଙ୍କର ସେଦିନ ଯେଉଁ ଯେଉଁ କାର୍ଯ୍ୟକ୍ରମ ରହିଛି, ତାହାର କାର୍ଯ୍ୟସୂଚୀ ଉପରେ ଆଲୋକପାତ କରାଯାଇଥିଲା । ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସ୍ଥଳ ଓ ଆଭାସୀ ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବାରୁ ସେସବୁକୁ ଉପଯୁକ୍ତ ସମନ୍ୱୟ ଓ ସହଯୋଗର ସହିତ ସଂପାଦନ କରିବାକୁ ମୁଖ୍ୟ ସଚିବ ଆବଶ୍ୟକ ନିର୍ଦ୍ଦେଶ ପରାମର୍ଶ ଦେଇଛନ୍ତି । 

ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସଭା ସ୍ଥଳରେ ମଞ୍ଚ ପ୍ରସ୍ତୁତି,  ଅତିଥି ଓ ଦର୍ଶକମାନଙ୍କ ବସିବା, ଇଭେଣ୍ଟ ଚେକ୍ଲିଷ୍ଟ, ମଞ୍ଚ ପ୍ରସ୍ତୁତି ଚୂଡ଼ାନ୍ତ କରାଯିବା,  ଆଦି ସଂପର୍କରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା


Post a Comment

[blogger][disqus][facebook][spotim]

Contact Form

Name

Email *

Message *

Powered by Blogger.
Javascript DisablePlease Enable Javascript To See All Widget