loading...

ଆୟୁଷ ଡାକ୍ତରଙ୍କ ଦରମା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧ ଫେବୃୟାରୀ ୨୦୨



ଭୁବନେଶ୍ୱର, (ୟୁପିବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତରମାନଙ୍କ ଅବଦାନ ପ୍ରତି ଗୁରୁତ୍ୱ ଦେଇ ତଥା ସେମାନଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରମାନଙ୍କ ଦରମା ବରିଷ୍ଠତା ଭିତ୍ତିରେ ମାସକୁ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ୫ ବର୍ଷରୁ କମ ସମୟ ଅବଧି ପାଇଁ ସେବାରତ ଆୟୁଷ ଡାକ୍ତରମାନଙ୍କ ଦରମା ମାସକୁ ୨୦ହଜାର ଟଙ୍କା ବୃଦ୍ଧି ପାଇଛି। ଏହାଦ୍ୱାରା ସେମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା ହୋଇଛି। ସେହିପରି ୫ରୁ ୧୦ ବର୍ଷ ମଧ୍ୟରେ ସେବା କରିଥିବା ଡାକ୍ତର ମାନଙ୍କ ଦରମା ମାସକୁ ୨୫ ହଜାର ବୃଦ୍ଧି ପାଇ ୭୪,୪୬୭ ଟଙ୍କାରେ ପହଞ୍ଚିଛି। ୧୦ରୁ ୧୫ ବର୍ଷ ସେବା ପାଇଁ ମାସକୁ ୩୦ ହଜାର ଟଙ୍କା ବୃଦ୍ଧିପାଇ ୮୦,୪୬୭ ହୋଇଥିବବେଳେ, ୧୫ବର୍ଷରୁ ଊର୍ଦ୍ଧ୍ୱ ସେବା ପାଇଁ ଆୟୁଷ ଡାକ୍ତରମାନଙ୍କ ଦରମା ୪୦ହଜାର ଟଙ୍କା ବୃଦ୍ଧି ପାଇ ୯୧, ୪୬୭ ଟଙ୍କାରେ ପହଞ୍ଚିଛି। ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୨୯୧୨ ଜଣ ଆୟୁଷ ଡାକ୍ତର ନିୟୋଜିତ ଅଛନ୍ତି ଏବଂ ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ପ୍ରାୟ ୧ କୋଟି ଟଙ୍କା ଅଧିକ ବ୍ୟୟ କରିବେ। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ଆୟୁଷ ସ୍ୱାସ୍ଥ୍ୟସେବାରେ ଅଧିକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
Tags

Post a Comment

[blogger][disqus][facebook][spotim]

Contact Form

Name

Email *

Message *

Powered by Blogger.
Javascript DisablePlease Enable Javascript To See All Widget